୩୫ ଭରଣ ଜମିର ଧାନ ଜଳିଯିବା ଘଟଣା: ପହଞ୍ଚିଲେ ବିଧାୟକ, ତହସିଲଦାର 

ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଖଳାରେ ମଙ୍ଗଳବାର ଅପରାହ୍ନରେ ହଟାତ ନିଆଁ ଲାଗିଯାଇଥିଲା । ଖଳାରେ ଅମଳ ହେବାକୁ ଥିବା ୩୫ ଭରଣ ଜମିର ଧାନ ସମ୍ପୂର୍ଣ ଜଳି ପୋଡି ନଷ୍ଟ ହୋଇ ଯାଇଛି । ନିଆଁ ଲାଗିବା ଖବର ପାଇ ଛତ୍ରପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ସବୁ ଧାନ ପୋଡି ଯାଇଥିଲା ।
ସରପଞ୍ଚ ମମତା ବେହେରାଙ୍କ ଠାରୁ ଖବରପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର। ଜମିଲା ରାଉତ, ମହେଶ୍ୱର ସ୍ବାଇଁ, ନରସିଂହ ସ୍ବାଇଁ, ନନ୍ଦିନୀ ରାଉତ, ଗଙ୍ଗା ପରିଡା, ଆଦିତ୍ୟ ରାଉତ, ଲୋକନାଥ ରେଡି, ଜମ୍ଭୁ ମାହାନ୍ତିଙ୍କର ଧାନ ସବୁ ପୋଡି ପାଉଁଶ ହୋଇ ଯାଇଥିବା ବୁଲି ଦେଖିବା ସହ କେଉଁ କାରଣରୁ ନିଆଁ ଲାଗିଥିଲା ତାହାର ତଦନ୍ତ ଆରମ୍ଭ କରିଛନ୍ତି ତହସିଲଦାର ।  ଯାହାର ଯାହାର ଧାନ ପୋଡି ନଷ୍ଟ ହୋଇଛି ତଦନ୍ତ ପରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ତହସିଲଦାର ମିଶ୍ର ପ୍ରତିଶୃତି ଦେଇଛନ୍ତି ।
ଅନ୍ୟପଟେ ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ସରପଞ୍ଚ ମମତା ବେହେରା, ସରପଞ୍ଚ ପ୍ରତିନିଧି ସୁଦାମ ବେହେରା ପ୍ରମୁଖ ବରୋଦା ଗ୍ରାମ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ପୋଡ଼ିଯାଇଥିବା ସମସ୍ତ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀ ଏବଂ ପ୍ରକୃତ ଚାଷୀ ।ତେଣୁ ସେମାନଙ୍କୁ ପ୍ରଶାସନ ଓ ସରକାରଙ୍କ ପକ୍ଷରୁ କ୍ଷତି ପୂରଣ ଯୋଗାଇ ଦେବାକୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ସମେତ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା ଦାବି କରିଛନ୍ତି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି…

ସେମିଫାଇନାଲରେ ଭାରତ ପାଇଁ ଘାତକ ହେବେ ଏହି ୫ ଇଂଲଣ୍ଡ ଖେଳାଳି! ଭାରତଠୁ ଛଡାଇନେଇପାରନ୍ତି ଫାଇନାଲ ଟିକେଟ୍‌

ନୂଆଦିଲ୍ଲୀ,୪।୩: ବିଶ୍ୱର କୌଣସି ଦଳ ଲଗାତାର ଦୁଇଥର ଟି-୨୦ ବିଶ୍ୱକପ ଜିତି ନାହିଁ। ଭାରତୀୟ କ୍ରିକେଟ ଦଳ ଏହାକୁ ହାସଲ କରିବା ଏବଂ ଇତିହାସ ସୃଷ୍ଟି କରିବାଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri