Posted inଜାତୀୟ

ଈର୍ଷାରେ ଜଳୁଛନ୍ତି ବିପକ୍ଷ: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୧୨।୧: ଭାଜପା ନେତା ତଥା ପୂର୍ବତନ ରାଜ୍ୟ ସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମ୍ପର୍କରେ ଦେଉଥିବା ବିବୃତ୍ତି ପାଇଁ ବିରୋଧୀ ଦଳକୁ ଟାର୍ଗେଟ୍‌ କରିଛନ୍ତି। ସେମାନେ କେବେ ଭାବି ନ ଥିଲେ ଯେ ରାମ ମନ୍ଦିର ନିର୍ମାଣ ହେବ, କିନ୍ତୁ ଏହା ହେବାରୁ ବିରୋଧୀ ଈର୍ଷା କରୁଥିବା ସେ କହିଛନ୍ତି।
ଭାଜପା ନେତା ସୁବ୍ରମଣ୍ୟମ କହିଛନ୍ତି, ରାମମନ୍ଦିର ନିର୍ମାଣକୁ ନେଇ ବିରୋଧୀ ଈର୍ଷା କରୁଛନ୍ତି। ସେମାନେ ଭାବି ନ ଥିଲେ ଯେ ଏପରି ରାମ ମନ୍ଦିର ନିର୍ମାଣ ହେବ। ରାମ ମନ୍ଦିର ନିର୍ମାଣକୁ ନେଇ ସମଗ୍ର ଦେଶରେ ଉତ୍ସାହ ରହିଛି। ସେମାନେ (ବିରୋଧୀ) ଏକ କଠିନ ପରିସ୍ଥିତିରେ ଅଛନ୍ତି। ସେମାନଙ୍କୁ ମୋର ଖାତିର ନାହିଁ କାରଣ ଭାରତର ୮୨ ପ୍ରତିଶତ ହିନ୍ଦୁ ଅଟନ୍ତି। ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ- ଖ୍ରୀଷ୍ଟିଆନ, ପାରସୀ, ଯିହୁଦୀମାନେ ଆଦୌ ବିରୋଧ କରିନାହାଁନ୍ତି। ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ ମଧ୍ୟ ରାମ ମନ୍ଦିରକୁ ସମର୍ଥନ କରୁଛନ୍ତି। ମୁସଲମାନମାନଙ୍କ ମଧ୍ୟରେ ମଧ୍ୟ ବହୁ ସଂଖ୍ୟକ ଲୋକ କୁହନ୍ତି ଯେ ଆମେ ଭାରତରେ ରହିବାକୁ ପସନ୍ଦ କରିଛୁ, ତେଣୁ ବିରୋଧୀଙ୍କ ମନ୍ତବ୍ୟ ଦ୍ୱାରା କିଛି ଫରକ ପଡ଼ିବ ନାହିଁ।
ଜାନୁଆରୀ ୨୨ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ବିରୋଧୀ ଦଳମାନଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି। ତେବେ କଂଗ୍ରେସ ଏବଂ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ମାର୍କ୍ସବାଦୀ) ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଭାଗ ନେବାକୁ ମନା କରି ଦେଇଛନ୍ତି। କଂଗ୍ରେସ ଦଳ କହିଛି,ଭାଜପା ଏହି ଧାର୍ମିକ କାର୍ଯ୍ୟକ୍ରମକୁ ଏକ ରାଜନୈତିକ କାର୍ଯ୍ୟକ୍ରମରେ ପରିଣତ କରିଛି। ସିପିଏମ ପରି ଅନ୍ୟ ବିରୋଧୀ ଦଳ ମଧ୍ୟ ଏପରି କଥା କହୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri