ମଶାଣି ସାଥୀ ସୁଶାନ୍ତ

ରୂପସା,୯ା୯: ପେସାରେ ଜଣେ ବାଇକ୍‌ ମେକାନିକ। ହେଲେ ସମସ୍ତେ ତାଙ୍କୁ ମଶାଣି ସାଥୀ ଭାବେ ଜାଣନ୍ତି। ଶବଦାହ ଲାଗି କେହି ତାଙ୍କୁ ଡାକନ୍ତୁ ବା ନ ଡାକନ୍ତୁ ସେ ସବୁକାମ ଛାଡ଼ି ମଶାଣିରେ ପହଞ୍ଚିଯାନ୍ତି। ସେହି ସମୟରେ ଯାହା କିଛି ଖର୍ଚ୍ଚ ହୁଏ ଅକୁଣ୍ଠିତ ଚିତ୍ତରେ ସେ ନିଜ ପକେଟରୁ ଦେଇଥାନ୍ତି। ଏଥିରେ ତାଙ୍କୁ ତୃପ୍ତି ମିଳିଥାଏ ବୋଲି ସେ କହନ୍ତି। ଏଭଳି ଜଣେ ନିଆରା ଯୁବକ ହେଲେ ସୁଶାନ୍ତ ବେହେରା। ଡାକ ନାମ ବଳିଆ। ଘର ବାଲେଶ୍ୱର ସଦର ବ୍ଲକ ଆଙ୍କୋ ଗ୍ରାମରେ। ପର୍ଶୁରାମ ବେହେରାଙ୍କ ସାନପୁଅ ସୁଶାନ୍ତ ବିଏ ପାସ୍‌ କରିବା ପରେ ରୂପସାରେ ଏକ ଗ୍ୟାରେଜ କରି ମେକାନିକ ଭାବେ କାର୍ଯ୍ୟ କରୁଛନ୍ତି। ୩୦ବର୍ଷ ବୟସରେ ସେ ୧୦୦ରୁ ଅଧିକ ଶବ ଦାହ କରି ମହାନତାର ପରିଚୟ ଦେଇଛନ୍ତି। ୨୦୧୭ରେ ତାଙ୍କ ମା’ଙ୍କର ମୃତ୍ୟୁ ହୋଇଥିଲା। ମା’ଙ୍କ ଶବଦାହ ଦେଖିବା ପରେ ସେ ଅନ୍ୟମାନଙ୍କ ଶବଦାହ କରିବାକୁ ମନେ ମନେ ନିଷ୍ପତ୍ତି ନେଇଥିଲେ। ଜାତି ଅଜାତି କିଛି ବାଛ ବିଚାର ନ କରି ଦୌଡି ଯାଆନ୍ତି ମଶାଣିକୁ। ସେ କୁହନ୍ତି ଶବଦାହ ହେଉଛି ପୂଣ୍ୟ କାର୍ଯ୍ୟ। କେବଳ ରୂପସା ନୁହେଁ ଯେଉଁଠି ବି ଖବର ପାଇବେ ସବୁଜାଗାରେ ପହଞ୍ଚତ୍ ଶବଦାହ କରିବାରେ ସହାୟତା କରିବେ। ଏପରି ନିସ୍ବାର୍ଥପର ମହତ କାର୍ଯ୍ୟ ପାଇଁ ସେ ରୂପସା ଅଞ୍ଚଳରେ ବହୁ ପ୍ରଶଂସା ସାଉଁଟି ଚର୍ଚ୍ଚିତ ହୋଇପାରିଛନ୍ତି।

ବାଞ୍ଛାନିଧି ଦେ


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri