ଜେଏମ୍‌ଏଫ୍‌ସି କୋର୍ଟରେ ପଶି ରେକର୍ଡ ପୋଡିଦେଲେ: ଅଭିଯୁକ୍ତଙ୍କୁ ଧରି ପୋଲିସର ପଚରାଉଚରା

ରାଜନଗର,୨ା୧(ଭାସ୍କର ରାଉତରାୟ): ରାଜନଗର ଜେଏମ୍‌ଏଫ୍‌ସି କୋର୍ଟ ମଧ୍ୟରେ ପଶି କେହି ନ ଥିବାର ସୁଯୋଗ ନେଇ ସୁଇପର କିଛି ରେକର୍ଡ ପୋଡ଼ି ଦେଇଥିବା ନେଇ ରାଜନଗର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଜେଏମ୍‌ଏଫସି କୋର୍ଟର ୱାଚମ୍ୟାନ ବିଜୟ ମଳିକଙ୍କ ଅଭିଯୋଗ ଓ ପୋଲିସର ସୂଚନା ମୁତାବକ କୋର୍ଟର ପେସକାର ଦୁର୍ଯୋଧନ ନାୟକଙ୍କ ସହ ସୁଇପର ରାଜଗଡ଼ ଗଁାର ମିହିର ଦାସଙ୍କ ସହିତ ପାଟିତୁଣ୍ଡ ହୋଇଥିଲା। ପାଟିତୁଣ୍ଡ ସମୟରେ ସେ ଉପସ୍ଥିତ ଥିଲେ।

ରବିବାର କୋର୍ଟ କାମରେ ପେସକାର ଓ ୱାଚମ୍ୟାନ ପଟ୍ଟାମୁଣ୍ଡାଇ ଯାଇଥିଲେ। ପଟ୍ଟାମୁଣ୍ଡାଇରୁ ଫେରି ରାଜନଗର ଜେଏମ୍‌ଏଫ୍‌ସି କୋର୍ଟର କବାଟ ସନ୍ଧିରୁ ଧୂଆଁ ବାହାରୁଥିବା ଦେଖିଥିଲେ। କବାଟ ଖୋଲି ଭିତରକୁ ଯିବା ବେଳକୁ କିଛି ରେକର୍ଡ ପତ୍ର ଏଣ୍ଟ୍ରାନ୍ସ ମଝିରେ ଜଳୁଥିବା ଦେଖିଥିଲେ। ସେମାନେ କବାଟ ଖୋଲିବା କ୍ଷଣି ମିହିର ଦୌଡି ପଳାଇଥିଲା। ଏ ନେଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା।

ସୋମବାର କେନ୍ଦ୍ରାପଡ଼ା ଜିଲା ଜଜ୍‌, ପୋସକୋ କୋର୍ଟର ନ୍ୟାୟାଧିଶ, ପଟ୍ଟାମୁଣ୍ଡାଇ ଜେଏମ୍‌ଏଫ୍‌ସିର ବିଚାରପତି ଓ ରାଜନଗର ଜେଏମ୍‌ଏଫ୍‌ସିର ବିଚାରପତି ପହଞ୍ଚତ୍ ଘଟଣାର ତଦନ୍ତ କରିଛନ୍ତି। ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଧରି ପଚରାଉଚରା କରୁଛି। ଏ ନେଇ ଥାନାରେ ଦଫା ୪୫୭, ୩୮୦, ୫୦୬, ୨୯୪ ଆଇପିସି, ପିଡିପିପି ଆକ୍ଟରେ ନଂ. ୧/୨୪ରେ ମାମଲା ରୁଜୁ ହୋଇଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?