ଜଳିଗଲା ବସ୍‌: ୧୫ ଚକ୍ଷୁ ଅପରେଶନ ରୋଗୀ ଆହତ

ନୟାଗଡ ଅଫିସ୍‌,୩୦।୧: ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନାର ଫାଲପାଦୁ ନିକଟରେ ଡିଭାଇଡରକୁ ଧକା ଦେଇ ଏକ ବସ ଜଳି ଯାଇଛି। ବସରେ ୩୦ ଆଖି ଅପରେସନ ରୋଗୀ ଥିଲେ। ଏଥିରୁ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ଘର ବୌଦ ଜିଲା ହରଭଙ୍ଗା ଅଞ୍ଚଳରେ ବୋଲି ଜଣାପଡିଛି।
ଖୋର୍ଦ୍ଧା ଜିଲା କୁହୁଡିଠାରେ ଥିବା ସାଇ ସେବା ସଦନ ହସ୍ପିଟାଲରୁ ବୌଦ୍ଧ ଜିଏୟଲା ହରଭଙ୍ଗା ଅଭିମୁଖେ ପ୍ରାୟ ୩୦ ଜଣ ଆଖି ଅପରେଶନ ରୋଗୀ ଙ୍କୁ ନେଇ ଯାଉଥିବା ବସଟି ରବିବାର ବିଳମ୍ବିତ ରାତିରେ ଫାଲପାଦୁଠାରେ ଭାରସାମ୍ୟ ହରାଇ ରାସ୍ତାକଡ ଡିଭାଇଡରକୁ ପିଟି ହୋଇ ଜଳି ଯାଇଥିଲା। ଘଟଣାସ୍ଥଳରେ ସ୍ଥାନୀୟ ଲୋକ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦଶପଲା ଓ ବାଣୀଗୋଛା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ବସରେ ନିଆଁ ନେଇ ଦଶପଲା ଦମକଳବାହିନୀକୁ ଫୋନ କର ଯାଇଥିବା ବେଳେ ୨ ଘଣ୍ଟା ବିଳମ୍ବରେ ଦମକଳବାହିନୀ ପହଞ୍ଚି ଥିଲା। ଏନେଇ ଉତ୍ତେଜନା ଦେଖା ଦେଇଥିଲା। ଅନ୍ୟପଟେ ଘଟଣାସ୍ଥଳରୁ ବସ ଚାଳକ ଓ ହେଲଫର ଫେରାର ହୋଇଯାଇଛନ୍ତି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?