ଠିକାଦାର ଜାଳିଦେଲେ ଶତାଧିକ ଗଛ

ଚଣ୍ଡିଖୋଲ,୨୧ା୪ (ଡି.ଏନ୍‌.ଏ.): ଏବେ ସାରା ଓଡ଼ିଶା ଗ୍ରୀଷ୍ମ ପ୍ରବାହରେ ଜଳୁଥିବାବେଳେ ଗଛ କାଟିବାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ବଡ଼ଚଣା ବ୍ଲକ ଅନ୍ତର୍ଗତ ବାଳିଚନ୍ଦ୍ରପୁର-ବରୁହାଁ ରାସ୍ତାର ମାଣ୍ଡୁକା ଠାରୁ ଅରେଇକଣା ମଧ୍ୟରେ। ବଡ଼ଚଣା ପୂର୍ତ୍ତ ବିଭାଗ ପକ୍ଷରୁ ଏହି ରାସ୍ତାକୁ ପ୍ରଶସ୍ତୀକରଣ ଓ ଉନ୍ନତିକରଣ କରିବା ପାଇଁ ଜଣେ ଠିକାଦାରଙ୍କୁ ଟେଣ୍ଡର ଦିଆଯାଇଛି। ଟେଣ୍ଡର ନେବାପରେ ଠିକାଦାର ଜଣକ ଲୋକ ଲଗାଇ ରାସ୍ତାକଡ଼ରେ ଥିବା ଗଛଗୁଡ଼ିକୁ କାଟି ପେଟ୍ରୋଲ ଢାଳି ନିଆଁ ଲଗାଇ ପୋଡ଼ି ଦେଉଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଠିକାଦାରଙ୍କ ଦ୍ୱାରା ନିଯୁକ୍ତ କର୍ମଚାରୀମାନେ ଦୈନିକ ଭୋର ସମୟରେ ରାସ୍ତାକଡ଼ରେ ଥିବା ଗଛଗୁଡ଼ିକରେ ନିଆଁ ଲଗାଇ ଦେଉଛନ୍ତି, ଯଦ୍ଦ୍ବାରା ରାସ୍ତା କଡ଼ ବୃକ୍ଷ ଶୂନ୍ୟ ହୋଇପଡୁଛି। ବର୍ତ୍ତମାନର ଅବସ୍ଥାରେ ପଥିକମାନଙ୍କ ପାଇଁ ବୃକ୍ଷର ଆବଶ୍ୟକତା ଥିବାବେଳେ ଗଛଗୁଡ଼ିକୁ ନିଆଁ ଲଗାଇ ଜାଳିଦେବା ଅତ୍ୟନ୍ତ ଦୁଃଖଦାୟକ ଘଟଣା ବୋଲି ପରିବେଶବିତ୍‌ମାନେ ପ୍ରକାଶ କରିଛନ୍ତି। ଏନେଇ ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ସ୍ନିଗ୍ଧା ଦାସଙ୍କୁ ପଚାରିବାରେ ସେ କୁହନ୍ତି, ଏ ସମ୍ପର୍କରେ ମୁଁ ଜାଣିନି। କ୍ଷେତ୍ର ପରିଦର୍ଶନ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri