ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ଜଣାପଡିନାହିଁ।
ଅନ୍ୟପକ୍ଷେ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଜଣାପଡିଛି। ନିଆଁକୁ ତୁରନ୍ତ ଆୟତ୍ତ କରା ନ ଗଲେ ଭୟାବହ ପରିସ୍ଥିତି ସୃଷ୍ଟି ହେବ ବୋଲି ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।

