ବ୍ୟବଚ୍ଛେଦ ପରେ ବାଘର ମୃତଦେହକୁ ପୋଡ଼ିଦେଲେ ବନ କର୍ମଚାରୀ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରେ ମଙ୍ଗଳବାର ଉଦ୍ଧାର ହୋଇଥିବା ମୃତ ବାଘର ବୁଧବାର ଶବ ବ୍ୟବଚ୍ଛେଦ ହୋଇଛି। ଭଟଲି ବ୍ଲକ ପଶୁଧନ ଚିକିତ୍ସାଳୟର ଡା. ଜିତେନ୍ଦ୍ର ମୋହନ ପଣ୍ଡା ଏବଂ ଅନ୍ୟ କର୍ମଚାରୀମାନେ ମୃତ ବାଘର ଶରୀର ପରିମାପ, ପାରିପାର୍ଶ୍ୱିକ ସ୍ଥିତି ଯାଞ୍ଚ ପରେ ମୃତଦେହ ବ୍ୟବଚ୍ଛେଦ କରିଥିଲେ। ମୃତବାଘର କିଛିଅଂଶକୁ ସଂଗ୍ରହ କରିଥିଲେ। ତାକୁ ପରୀକ୍ଷା ପାଇଁ ପରୀକ୍ଷାଗାରକୁ ପଠାଯିବ ବୋଲି ବିଭାଗୀୟ ଅଧିକାରୀମାନେ କହିଛନ୍ତି। ବ୍ୟବଚ୍ଛେଦ ପରେ ମୃତବାଘକୁ ନିଆଁରେ ପୋଡ଼ି ଦିଆଯାଇଥିଲା। ବରଗଡ଼ ଡିଏଫ୍‌ଓ ବିକ୍ରମଦେବ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସହକାରୀ ବନ ସଂରକ୍ଷକ ରାଜେନ୍ଦ୍ର କୁମାର ଭୋଇ, ହରମୋହନ ରଥ, ଭଟଲି ବନାଞ୍ଚଳ ଅଧିକାରୀ ସୁବୋଧ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ସେହିପରି ବରଗଡ଼ ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ, ବରପାଲି ତହସିଲଦାର ରୁକ୍ମଣ ମେହେର, କର୍ଲା ପଞ୍ଚାୟତ ସରପଞ୍ଚ ତନୟା ଭୋଇ, ବିଶ୍ୱନାଥ ସାହୁ, ମୀନକେତନ ସାହୁ, ସଞ୍ଜୟ ଖମାରୀ, ସୁଶୀଲ କୁମାର ସାହୁ, ରାଜେନ୍ଦ୍ର କୁମାର ସିଂ, ପର୍ଶୁରାମ ପାଲ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri