ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ ସରକାର ପ୍ରସ୍ତୁତ ହେଉଛନ୍ତି । ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ରବିବାର ନିଜ ଦଳର ଯୁବ ସମାବେଶ ‘ଫେନିକ୍ସ’ରେ ଏନେଇ ସୂଚନା ଦେଇଛନ୍ତି । ଏହି ପ୍ରସ୍ତାବ କ୍ୟାବିନେଟ୍‌ରେ ଆଗାମୀ ଦିନରେ ଉପସ୍ଥାପିତ ହେବ ବୋଲି ସେ କହିଛନ୍ତି।

ମେଲୋନିଙ୍କ ଅନୁସାରେ, ଆଇନ ମାଧ୍ୟମରେ ପ୍ରତି କ୍ଲାସରେ ସର୍ବାଧିକ କେତେଜଣ ବିଦେଶୀ ଛାତ୍ର ରହିପାରିବେ, ସେନେଇ ସୀମା ଧାର୍ଯ୍ୟ କରାଯିବ। ତେବେ ଏହି ସୀମା କେତେ ରହିବ, ତାହା ସେ ସ୍ପଷ୍ଟ କରିନାହାନ୍ତି। ସେ କହିଛନ୍ତି, ଯଦି ଗୋଟିଏ କ୍ଲାସରେ ମାତ୍ର ଜଣେ ଛାତ୍ର ଇଟାଲୀୟ ଭାଷା ବୁଝୁନଥାଏ, ତେବେ ଅନ୍ୟ ଛାତ୍ର ଓ ଶିକ୍ଷକଙ୍କ ସହଯୋଗରେ ସେ ଶୀଘ୍ର ଭାଷା ଶିଖି ସମାଜରେ ମିଶିପାରିବ । କିନ୍ତୁ ଏଭଳି ଛାତ୍ରଙ୍କ ସଂଖ୍ୟା ଅଧିକ ହେଲେ ଏକୀକରଣ ପ୍ରକ୍ରିୟା ପ୍ରଭାବିତ ହୋଇପାରେ ବୋଲି ମେଲୋନି ମତ ଦେଇଛନ୍ତି।

ଇଟାଲୀର ଶିକ୍ଷାମନ୍ତ୍ରୀ ଜିଉସେପେ ଭାଲଡିତାରା ମଧ୍ୟ ଚଳିତ ମାସରେ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ୩୦ ପ୍ରତିଶତ ସୀମା ସମ୍ପର୍କରେ ଆଇନଗତ ବ୍ୟବସ୍ଥା ଆଣିବା ନେଇ କହିଥିଲେ । ସ୍କୁଲରେ ଏକୀକରଣରେ ଗୁରୁତର ସମସ୍ୟା ଥିବା ବିଦେଶୀ ଛାତ୍ରଙ୍କ ଅଭିଭାବକଙ୍କୁ ଇଟାଲୀୟ ଭାଷା ଶିଖିବା ମଧ୍ୟ ପ୍ରସ୍ତାବିତ ନିୟମର ଅଂଶ ହେବ । ସରକାରଙ୍କ ଯୁକ୍ତି ହେଉଛି, ଭାଷା ଜ୍ଞାନ ବଢ଼ିଲେ ସ୍କୁଲ ଓ ସମାଜରେ ଛାତ୍ରଙ୍କ ଏକୀକରଣ ସହଜ ହେବ।

ମେଲୋନି କହିଛନ୍ତି ଯେ ସ୍କୁଲରେ ବୁର୍ଖା ଓ ନିକାବ ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଯିବ । ଛାତ୍ରୀମାନେ ସ୍କୁଲକୁ ମୁହଁ ଖୋଲା ରଖି ଆସିବା ଆବଶ୍ୟକ ବୋଲି ସେ କହିଛନ୍ତି । ତାଙ୍କ ମତରେ, କୌଣସି ପରମ୍ପରା କିମ୍ବା ପ୍ରଥା ନାଁରେ ଜଣେ ଯୁବତୀଙ୍କୁ ନିଜ ମୁହଁ ଢାଙ୍କି ରଖିବାକୁ ବାଧ୍ୟ କରାଯିବା ଉଚିତ ନୁହେଁ। ତେବେ ଏହି ସବୁ ବ୍ୟବସ୍ଥା ଏବେ ପ୍ରସ୍ତାବ ପର୍ଯ୍ୟାୟରେ ରହିଛି । କ୍ୟାବିନେଟ୍‌ରେ ଏହା ଉପରେ ଆଲୋଚନା ପରେ ଅନ୍ତିମ ନିୟମ ଓ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମା ସ୍ପଷ୍ଟ ହେବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?