ବୁରୁସାହିକୁ ଆଦର୍ଶ ଗ୍ରାମ ନିର୍ଦ୍ଦେଶରେ ସୀମିତ

ଜେନାପୁର,୧୨।୪(ଡି.ଏନ.ଏ.): ଯାଜପୁର ଜିଲାର ଦ୍ୱିତୀୟ ନଗଡ଼ା ଭାବେ ଧର୍ମଶାଳା ବ୍ଲକ୍‌ ଅଧୀନ ଅଞ୍ଜିରା ପଞ୍ଚାୟତର ବୁରୁସାହି ଗ୍ରାମ ପରିଚିତ। ଏହି ଗ୍ରାମରେ ଦୀର୍ଘ ବର୍ଷ ଧରି ମୟୂରଭଞ୍ଜ ଓ କେନ୍ଦୁଝର ଅଞ୍ଚଳରୁ ୨୫ରୁ ଊଦ୍ଧର୍‌ବ ଆଦିବାସୀ ପରିବାର ଆସି ବସବାସ କରୁଛନ୍ତି। ଏମାନେ ସ୍ଥାନୀୟ କ୍ରଶର ଓ ପାହାଡ଼ରେ କାମକରି ଜୀବିକା ନିର୍ବାହ କରନ୍ତି। ଏହି ଖବର ବିଭିନ୍ନ ଗଣମାଧ୍ୟମ ଓ ସଚେତନ ନାଗରିକ ମଞ୍ଚ ପ୍ରଚେଷ୍ଟାରେ ପ୍ରକାଶ ପାଇବା ପରେ ୨୦୧୯ରେ ତତ୍କାଳୀନ ଜିଲାପାଳ ରଞ୍ଜନ କୁମାର ଦାସ ବୁରୁସାହି ଗସ୍ତ କରି ଗ୍ରାମବାସୀଙ୍କ ସମସ୍ୟା ଦେଖିବା ପରେ ଗ୍ରାମରେ ଏକ ଅଙ୍ଗନଓ୍ବାଡି କେନ୍ଦ୍ର ଓ ରାସ୍ତା କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏଥିସହିତ ଏହାକୁ ଏକ ଆଦର୍ଶ ଗ୍ରାମରେ ପରିଣତ କରିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।
ଅଙ୍ଗନଓ୍ବାଡି ଗୃହ, ବିଦ୍ୟାଳୟ, ପାନୀୟ ଜଳ, ସଡ଼କ, ବାତ୍ୟା ଆଶ୍ରୟସ୍ଥଳୀ ଓ ପ୍ରତି ସପ୍ତାହରେ ଗ୍ରାମବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ନିକଟସ୍ଥ ଡାକ୍ତରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ବ୍ଲକ୍‌ ପ୍ରଶାସନ ଏଠାରେ ହାତଗଣତି ଜମି ପଟ୍ଟାଦେଇ କାମ ସାରିଦେଇଛି।
ଆଦର୍ଶ ଗ୍ରାମ ଗଠନ କଥା କେହି ମନେ ରଖିନାହାନ୍ତି। ଏଠାରେ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ିଲା ଭଳି ଦେଖିବାକୁ ମିଳୁଛି। ପ୍ରଥମରୁ ଷଷ୍ଠ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଭଙ୍ଗା ଚାଳଛପର ଘରେ ତ ଆଉ କେତେବେଳେ ଖୋଲା ଆକାଶ ତଳେ ଶିକ୍ଷାଦାନ କରାଯାଉଛି। ଅଙ୍ଗନଓ୍ବାଡି ଗୃହ ଅଧାପନ୍ତରିଆ ହୋଇରହିଛି। କୋମଳମତି ଶିଶୁ ବିପଦସଙ୍କୁଳ ଅବସ୍ଥାରେ ପାଠ ପଢୁଛନ୍ତି। ଏହି ଲୋକମାନେ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟକୁ ଅତି ନିକଟରୁ ଦେଖିଥିଲେ ମଧ୍ୟ ତାଙ୍କ ଅସୁବିଧାକୁ ସୁବିଧା କରିବାକୁ କେହି ତିଳେ ହେଲେ ଆଗ୍ରହ ପ୍ରକାଶ କରିନାହାନ୍ତି। ଫଳରେ ଏହାକୁ ନେଇ ଗ୍ରାମବାସୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଗ୍ରାମବାସୀଙ୍କ ପାଖରେ ସରକାରୀ ଯୋଜନା ପହଞ୍ଚତ୍ ପାରୁନାହିଁ। କୁଡ଼ିଆ, ଜରିପାଲ ତଳେ ରହୁଥିବା ଗ୍ରାମବାସୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବର୍ଷାଦିନ କଥା ନ କହିବା ଭଲ। ଝଡ଼ତୋଫାନ କି ବାତ୍ୟା ହେଲେ ଲୋକଙ୍କୁ ପକ୍କାଘର କିମ୍ବା ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପ୍ରଶାସନ ପକ୍ଷରୁ ସଚେତନ କରାଯାଉଥିଲେ ମଧ୍ୟ ଏଠାରେ ସେପରି କିଛି ହୁଏନାହିଁ। ଗ୍ରାମରେ ୨ଟି ନଳକୂପ ଥିଲେ ମଧ୍ୟ ପାଣି ବାହାରୁ ନ ଥିବାରୁ ପାଖରେ ଥିବା କମ୍ପାନୀ ନଳକୂପ ନଚେତ ନାଳ ପାଣିକୁ ଲୋକେ ବ୍ୟବହାର କରୁଛନ୍ତି। ରାଶନ ସାମଗ୍ରୀ ପାଇଁ ୫ କିଲୋମିଟର କଚ୍ଚା ରାସ୍ତାରେ ଚାଲିଚାଲି ଯାଉଛନ୍ତି। ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିବା ବେଳେ କିଛିଦିନ ପରେ ତାହା ବନ୍ଦ ହୋଇଯାଇଛି। ନିକଟରେ ସଚେତନ ନାଗରିକ ମଞ୍ଚର ଯାଜପୁର ଆବାହକ ସରୋଜକାନ୍ତ ବେହେରା ଉପଜିଲାପାଳ ଦୁଃଖବନ୍ଧୁ ନାୟକଙ୍କୁ ଭେଟି ଏହି ଆଦିବାସୀ ଲୋକଙ୍କ ସମସ୍ୟା ସମାଧାନ କରିବାକୁ ଦାବି କରିଛନ୍ତି। ଏ ସମ୍ପର୍କରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କୁ ପଚାରିବାରୁ ସେ କହିଛନ୍ତି, ବୁରୁସାହିର ପରିସ୍ଥିତିକୁ ଅନୁଧ୍ୟାନ କରିଛନ୍ତି। ସେଠାରେ ଯାହା ସମସ୍ୟା ଅଛି ତା’ର ତୁରନ୍ତ ସମାଧାନ କରାଯିବ। ଏବେ ଦେଖିବାକୁ ଅପେକ୍ଷା ପ୍ରଶାସନ ଏ ଦିଗରେ କି ପଦକ୍ଷେପ ଗ୍ରହଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri