ଭୟଙ୍କର ବସ୍‌ ଦୁର୍ଘଟଣା: ୧୨ ମୃତ

ଦିଗପହଣ୍ଡି,୨୬ା୬(ଅଶେଷ ନାଥ କର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ରବିବାର ବିଳମ୍ବିତ ରାତିରେ ଦୁଇ ବସ୍‌ ମଧ୍ୟରେ ମୁହାଁମିୁହିଁ ଧକ୍କା ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ ମହିଳା ଓ ୨ ଶିଶୁ ଅଛନ୍ତି। ସମସ୍ତ ଆହତଙ୍କୁ ଏମ୍‌କେସିଜିରେ ଭର୍ତ୍ତି କରାଯାଇଛି। ଏକ ସରକାରୀ ବସ୍‌ (ଓଏସ୍‌ଆର୍‌ଟିସି)ସହ ଘରୋଇ ବସ୍‌ ମୁହାଁମୁହିଁ ଧକ୍କା ହୋଇଥିଲା।

ସୂଚନାନୁଯାୟୀ, ଗୁଡାରୀଠାରୁ ଭୁବନେଶ୍ୱର ଯାଉଥିବା ଓଏସ୍‌ଆର୍‌ଟିସି ବସ୍‌ଟି ଗଞ୍ଜାମ ଜିଲାର ଦିଗପହଣ୍ଡି ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକଠାରେ ବିବାହ ଭୋଜି ସାରି ଫେରୁଥିବା ଏକ ଘରୋଇ ବସ୍‌କୁ ଧକ୍କା ଦେବାରୁ ଏହି ଅଘଟଣ ଘଟିଛି। ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ମେଡିକାଲ ନେଇଥିଲା। ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି। ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri