ବସ୍‌ ଧକ୍କାରେ ଯୁବକଙ୍କ ଜୀବନଗଲା, ଉତ୍ତ୍ୟେକ୍ତ ଲୋକଙ୍କ ଭଙ୍ଗାରୁଜା

ଖୁଣ୍ଟୁଣୀ,୫।୩(ଡି.ଏନ୍‌.ଏ.): ଶୁକ୍ରବାର ସକାଳେ ଅନୁଗୋଳରୁ ଭୁବନେଶ୍ୱର ଆସୁଥିବା ନିଶା ନାମକ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେହେଲେ କୁଳାଇଲ ପଞ୍ଚାୟତ ଇନ୍ଦ୍ରାଣୀପାଟଣା ଗ୍ରାମର ଟୁଟୁ ଓରଫ ପ୍ରଦୀପ ସାହୁ। ପ୍ରଦୀପ ସକାଳେ ଜଳଖିଆ ନେଇ ବାଇକ୍‌ରେ ଖୁଣ୍ଟୁଣୀରୁ ତାଙ୍କ ଦୋକାନକୁ ମଥୁରାପୁର ଯାଉଥିବା ବେଳେ ନିଶା ବସ୍‌ ନିର୍ମାଣାଧୀନ ୫୫ ନମ୍ବର ଜାତୀୟ ରାଜପଥର କୃଷ୍ଣଶ୍ୟାମପୁରଠାରେ ପ୍ରଦୀପ ଉପରେ ଚଢ଼ିଯାଇଥିଲା। ଉତ୍ତ୍ୟକ୍ତ ଲୋକେ ପହଞ୍ଚି ବସ୍‌କୁ ଭଙ୍ଗାରୁଜା କରିବା ସହ ପୋଲିସକୁ ଠେଲାପେଲା କରିଥିଲେ। ଦୀର୍ଘ ସମୟ ଯାଏ ରାସ୍ତା ଅବରୋଧ ହେବାରୁ ହଜାର ହଜାର ଯାନବାହନ ରାସ୍ତାରେ ଅଟକି ରହିଛି। ଚୌଦ୍ୱାର ଏସ୍‌ଡିପିଓ ପ୍ରଶାନ୍ତ ମଲ୍ଲ ଓ ଖୁଣ୍ଟୁଣୀ ଆଇଆଇସି ସୁଚିତ୍ରବିର୍ଯ୍ୟ ଦାସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ପାଇଁ ସମସ୍ୟା

ଆମେରିକା ଏବଂ ଇରାନ ମଧ୍ୟରେ ପ୍ରାରମ୍ଭିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ସୃଷ୍ଟି କରିଥିବା ସଙ୍କଟରୁ ମୁକୁଳିବା ପାଇଁ କେତେ ବ୍ୟାକୁଳ…

କାନ୍ଥ ଉପରେ ମୋବାଇଲ ରଖି ମହିଳାଙ୍କ ଗାଧୁଆ ସମୟର ଭିଡିଓ ଶୁଟିଂ କରୁଥିଲେ ଯୁବକ , ତା’ପରେ…

ଜଳେଶ୍ୱର, ୧୯ା୬ (ନବୀନ ସାହୁ): ମହିଳାଙ୍କ ଗୋପନୀୟତାକୁ ନେଇ ଅତି ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା…

ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ…

ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା…

ଶ୍ରେଷ୍ଠ ୨୦୦ ମଧ୍ୟରେ ୩ ଭାରତୀୟ ଶିକ୍ଷାନୁଷ୍ଠାନ, ଜାଣନ୍ତୁ ଶୀର୍ଷରେ କିଏ…

ନୂଆଦିଲ୍ଲୀ: ୧୯ା୬: ପ୍ରତିଷ୍ଠିତ ‘କ୍ୟୁଏସ୍‌ ୱାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୭’ର ତାଲିକା ଗୁରୁବାର ପ୍ରକାଶ ପାଇଛି। ଏଥିରେ ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ୩ଟି ଭାରତୀୟ…

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri