ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପିଟିସନ୍‌ ଦାୟର ହୋଇଛି। ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ ଏହି ପିଟିସନ୍‌ ଦାୟର କରି ମୃତାହତଙ୍କୁ କ୍ଷତିପୂରଣ ଯୋଗାଇ ଦେବା ପାଇଁ ଆବେଦନ କରିଛନ୍ତି। ଏହି ଦୁର୍ଘଟଣାରେ ୬ ଜଣ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କା ଲେଖାଏ ଓ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସାସେବା ଯୋଗାଇଦେବା ସହ ୧୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ ନିମନ୍ତେ ସେ ପିଟିସନ୍‌ରେ ଦର୍ଶାଇଛନ୍ତି। ଏଥିସହ ଏଭଳି ସମ୍ବେଦନଶୀଳ ଘଟଣାରେ କମିଶନ ହସ୍ତକ୍ଷେପ କରି ଉଚ୍ଚସ୍ତରୀୟ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ପିଟିସନ୍‌ରେ ଦର୍ଶାଇଛନ୍ତି। ଯାଜପୁର ଜିଲାପାଳ, ପରିବହନ ବିଭାଗ, ମୁଖ୍ୟ ଶାସନ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କୁ ଏଥିରେ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ପିଜି ନାମଲେଖା: ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର (ପି.ଜି.) ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଶୁକ୍ରବାର ପ୍ରକାଶ…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ଆଜିଠାରୁ ‘ମେଟଲ ମିଟ୍‌’ କୁଇଜ୍‌ ମହାକୁମ୍ଭ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ଦଶମ ସଂସ୍କରଣ ଶନିବାର ଉଦ୍‌ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri