ଓଲଟିଲା ବସ୍‌: ୨୫ରୁ ଊର୍ଦ୍ଧ୍ୱ ଗୁରୁତର

ଆଳି ୪।୧(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ଆଳି ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଛପୋଲିଆଠାରେ ନାୟକ ଆଣ୍ଡ ନାୟକ ବସ୍‌ ବୁଧବାର ରାସ୍ତାର ତଳକୁ ଓଲଟି ପଡିଛି। ଏଥିରେ ଥିବା ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଜନସାଧାରଣ, ପୋଲିସ ଓ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗୁରୁତରଙ୍କୁ ଆଳି, ପଟ୍ଟାମୁଣ୍ଡାଇ ଓ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ପ୍ରାଥମିକ ସୂଚନା ଅନୁଯାୟୀ, ଏହି ବସ୍‌ ଚାନ୍ଦବାଲିରୁ କଟକକୁ ଯାଉଥିଲା। ସିଙ୍ଗିରି ନିକଟ ଛପୋଲିଆଠାରେ ଠିଆ ହୋଇଥିବା ଏକ ହାଇଓ୍ବାକୁ ଧକ୍କାଦେବା ପରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଆଳି ସିଏଚ୍‌ସିରେ ୨୧ ଜଣ ଗୁରୁତରଙ୍କୁ ଚିକିତ୍ସା କରାଯାଇଥିବା ବେଳେ ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅବଶିଷ୍ଟ ପଟ୍ଟାମୁଣ୍ଡାଇ ସିଏଚ୍‌ସିରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri