ରାଇରଙ୍ଗପୁରରେ ଓଲଟିଲା ବସ୍‌: ୨୦ରୁ ଊର୍ଦ୍ଧ୍ୱ ଆହତ

ରାଇରଙ୍ଗପୁର,୧୦ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାତୀବାରି ଜଙ୍ଗଲ ପାର୍ଶ୍ୱ ରାଜ୍ୟ ରାଜପଥରେ ଗୁରୁବାର ଏକ ଯାତ୍ରୀବାହି ବସ୍‌ ଓଲଟି ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଚିକିତ୍ସା ପାଇଁ ସେମାନଙ୍କୁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ଅପରାହ୍ନ ୧ଟା ବେଳେ ରାଇରଙ୍ଗପୁର ସହରାଞ୍ଚଳରୁ ଉଦଳା ଅଞ୍ଚଳକୁ ଯାଉଥିବା ‘ଆପୁ’ ବସ୍‌୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ବିଲ ମଧ୍ୟକୁ ଓଲଟି ପଡ଼ିଥିଲା। ଖବରପାଇ ଗ୍ରାମାଞ୍ଚଳ ଥାନା ଅଧିକାରୀ ପଦ୍ମଲୋଚନ ପାଣିଗ୍ରାହୀଙ୍କ ସମେତ ଦମକଳ ବାହିନୀ କର୍ମଚାରୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଆହତମାନେ ହେଲେ ଖୁଣ୍ଟା ଥାନା ଅଞ୍ଚଳର ଦିପ୍ତିମୟୀ ବୈଠା, ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ବିଜାତଳା ଗ୍ରାମର ଚନ୍ଦନ ମହାରଣା, ବାଗଡ଼େଗା ଗ୍ରାମର ସୁକୁଲାଲ ସୋରେନ, ବିଶୋଇ ଥାନା ଅନ୍ତର୍ଗତ କଟାସ ଗ୍ରାମର ତ୍ରିଲୋଚନ ମହାକୁଡ଼, ବାଙ୍ଗିରିପୋଷି ଥାନା ଉପରବାଙ୍କଶୋଳ ଗ୍ରାମର ବିରେଇ ସିଂ, ବାଦାମପାହାଡ଼ ଥାନା ଅନ୍ତର୍ଗତ ବଣକାଟି ଗ୍ରାମର ମଦନାବତୀ ମହାନ୍ତ। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ରାଇରଙ୍ଗପୁର ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ ମନୋଜ କୁମାର ଟପ୍ପୋ ଏବଂ ଜୁନିୟର ଏମ୍‌ଭିଆଇ କାନ୍ଦା ନାଏକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବସ୍‌ର କାଗଜପତ୍ର ଯାଞ୍ଚ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?