ବସ୍‌ ସହ କାଠ ବୋଝେଇ ଟ୍ରକ୍‌ର ମୁହାଁମୁହିଁ ଧକ୍କା: ୨୭ ଯାତ୍ରୀ ଆହତ, ଡ୍ରାଇଭର ସଙ୍କଟାପନ୍ନ

ଲକ୍ଷ୍ମୀପୁର,୨ା୧୦: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଡୁମୁରିପଦର ଛକ ରେଲଓ୍ବେ ଓଭରବ୍ରିଜ୍‌ ନିକଟ ୩୨୬ ନଂ ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବୁଧବାର ଏମ୍‌ଏସ୍‌ବି ବସ୍‌ ସହ ଏକ କାଠ ବୋଝେଇ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୨୭ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ଡ୍ରାଇଭରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଆହତ ଯାତ୍ରୀମାନଙ୍କୁ ଲକ୍ଷ୍ମୀବସ୍‌ ଯୋଗେ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରି ତାଙ୍କ ଅବସ୍ଥା ଗୁରୁତର ଥିବାରୁ କୋରାପୁଟ ଏସ୍‌ଏଲ୍‌ଏନ୍‌ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ଉଭୟ ଡ୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହିଥିବା ବେଳେ ଅଗ୍ନିଶମ ବାହିନୀଙ୍କ ସହାୟତାରେ କରାଯାଇଥିଲା। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥବାରୁ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କୋରାପୁଟ ଏସ୍‌ଏଲ୍‌ଏନ ମେଡିକାଲ କଲେଜକୁ ନିଆଯାଇଥିଲା।
ସୂଚନାନୁଯାୟୀ,ଏମ୍‌ଏସ୍‌ବି ବସ୍‌ ରାୟଗଡ଼ାରୁ ଜୟପୁରକୁ ଯାତ୍ରୀ ନେଇଯାଉଥିବା ସମୟରେ ବିପରୀତ ଦିଗରୁ ଟ୍ରକ୍‌ଟି ରାୟଗଡ଼ା ଜେକେ ପେପର୍‌ ମିଲକୁ କାଠ ବୋଝେଇ ଯାଉଥିଲା। ବସ୍‌ଟି ଦ୍ରୁତଗତିରେ ଆସି ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଲକ୍ଷ୍ମୀପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri