ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି । ଏଥିରେ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହାତ ହୋଇଛନ୍ତି । ମୃତକ ହେଲେ ଗୋଳନ୍ଥରାଥାନା ଏରେଣ୍ଡ୍ରା ଗ୍ରାମର ମଲ୍ଲୀବେହେରା (୭୫), ନରସୁ ବେହେରା(୪୩), ଲିଳାବତିବେହେରା (୪୫),ରତନୀ ବେହେରା(୪୬),ପୁରୁଷୋତ୍ତମପୁରର ସନି ବେହେରା (୧୦),କିରଣ ବେହେରା (୧୦) । ଆହାତମାନେ ହେଲେ ବାବୁ ପ୍ରଧାନ, ଅଳକାବେହେରା, ଭାଗ୍ୟ ବେହେରା,ଝିଲିବେହେରା ବୋଲି ଜଣାପଡିଛି । ଘଟଣାରୁ ଜାଣିବାକୁ ମିଳିଛି ଯେ ଗୋଟିଏ ଯାତ୍ରୀବାହୀ ଅଟୋ ନଂ ଓଡି ୩୨ଇ ୪୫୩୬ ଯୋଗେ ସୋରଳ ରୋଡ ଏରେଣ୍ଡ୍ରାରୁ ସିଂହାସନୀ ପୀଠକୁ ଭୋଜିରେ ଯୋଗ ଦେବାକୁ ଯାଉଥିବା ବେଳେ ବିପରୀତ ଦିଗ କୋଦଳାରୁ ପୁରୁଷୋତ୍ତମପୁର ଆସୁଥିବା ଓଡି ୦୪ ଏସ ୫୯୯୦ ଡାଇମଣ୍ଡ ନାମକ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଏଥିରେ ବସିଥିବା ସମସ୍ତେ ଗୁରୁତର ଭାବରେ ଆହାତ ହୋଇଥିଲେ । ଆହାତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସାଲାଗି କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ମାତ୍ର ସେଠାରେ ୬ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଆହାତମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ଘଟାଇବା ପରେ ବସ୍‌ ଡ୍ରାଇଭର ଥାନାରେ ଆତ୍ମ ସମର୍ପଣ କରିଛନ୍ତି। ପୁରୁଷୋତ୍ତମପୁର ଏସଡିପିଓ ସୁଜିତକୁମାର ନାୟକ,ଆଇଆଇସି କୁଳମଣିସେଠୀ ଘଟଣାସ୍ଥଳକୁ ଯାଇ ମୃତଦେହକୁ ଉଦ୍ଧାର କରି ତଦନ୍ତ ଚଲାଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri