Posted inଜାତୀୟ

ବସ୍‌-ଅଟୋ ମୁହାଁମୁହିଁ, ୯ ମୃତ …

କୋଲକାତା, ୯।୮ : ପଶ୍ଚିମବଙ୍ଗର ବୀରଭୂମ ଜିଲାର ଜାତୀୟ ରାଜପଥ ନମ୍ବର ୬୦ରେ ଏକ ଯାତ୍ରୀବାହୀ ବସ୍‌ ଏବଂ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୯ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାମପୁରହାଟ ନିକଟରେ ଥିବା ମଲ୍ଲାରପୁରଠାରେ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏସବିଏସଟିସି ସରକାରୀ ବସ ସହିତ ଅଟୋ ରିକ୍ସା ମୁହାଁମୁହିଁ ଧକ୍କା ହୋଇଥିଲା। ଅଟୋରେ କ୍ଷମତାଠାରୁ ଅଧିକ ଯାତ୍ରୀ ଥିବାରୁ ଏହା ନିୟନ୍ତ୍ରଣ ହରାଇ ସମ୍ମୁଖରୁ ଦ୍ରୁତ ବେଗରେ ଆସୁଥିବା ବସ୍‌ରେ ପିଟି ହୋଇ ଥିଲା। ଅଟୋରେ ଥିବା ସମସ୍ତ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବୀରଭୂମ ଏସ୍‌ପି ନାଗେନ୍ଦ୍ରନାଥ ତ୍ରିପାଠୀ ସୂଚନା ଦେଇଛନ୍ତି। ଅଟୋ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ଲାଗି ରାମପୁରହାଟ ମେଡ଼ିକାଲ କଲେଜରେ ଭର୍ତ୍ତି କରାଯାଇଛି।

ବୀରଭୂମ ଜିଲା ଡିଏମ୍‌ ପ୍ରତି ମୃତକଙ୍କ ପରିବାରଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତିି। ଏଥି ସହିତ ରାଜ୍ୟ ପରିବହନମନ୍ତ୍ରୀ ଫିରହାଦ ହକିମ୍‌ ଶୋକ ପ୍ରକାଶ କରିବା ସହିତ କହିଛନ୍ତି ଯେ,ସରକାରୀ ନିୟମ ଅନୁସାରେ ଉପଯୁକ୍ତ ଅନୁକମ୍ପା ମୂଳକ ସହାୟତା ମୃତକଙ୍କ ପରିବାର ବର୍ଗଙ୍କୁ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri