ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଲାଞ୍ଜିଗଡ଼ରୁ ବ୍ରହ୍ମପୁରକୁ ଯାଉଥିବା ଏକ ଘରୋଇ ବସ୍ ସହ ବାଇକ୍ର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ବାଇକ୍ରେ ବସିଥିବା ଉଭୟ ଛାତ୍ରଙ୍କ ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ ରାମନଗୁଡ଼ା ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି। ମୃତକ ଦୁଇଛାତ୍ର ହେଲେ ଗୁଡ଼ାରୀ ସୌରା ସାହିର
ଦେବେନ୍ଦ୍ର ଶବର (୨୧) ଓ ଅନ୍ୟ ଜଣେ ଗୁଡ଼ାରୀ ଢେପାଗୁଡ଼ା ନିକଟସ୍ଥ ବଡ଼ଗୁଡ଼ାର ବିଷ୍ଣୁ ଶବର ବୋଲି ଜଣାପଡ଼ିଛି।