ବସ-ବାଇକ ମୁହାଁମୁହିଁ ଧକ୍କା: ୩ ମୃତ

ହେମଗିର,୧୪।୧୨(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଅନ୍ତର୍ଗତ ହେମଗିର ଥାନା ସ୍ଥିତ ତୁମୁଲିଆ ଠାରେ ବସ ଓ ବାଇକ ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁସାରେ ତୁମୁଲିଆ ଠାରୁ ବେଲପାହାଡ ଅଭିମୁଖେ ଯାଉଥିବା ଏକ ବସ ସହିତ ଏକ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହାଫଳରେ ବାଇକରେ ଥିବା ତିନି ଆରୋହୀ ରାହୁଲ ପାଣ୍ଡେ, ଶ୍ୟାମ ଗିଦିଲି ଓ ଓମ ଭୈଷାଲ ଗୁରୁତର ଭାବେ ଆହତ ହୋଇଥିଲେ। ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ହେମଗିର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିବା ବେଳେ ସେଠାରେ ରାହୁଲ ଓ ଶ୍ୟମଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଓମଙ୍କୁ ଅଧିକ ଚିକିତ୍ସା ପାଇ ସୁନ୍ଦରଗଡ ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ଓମଙ୍କୁ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଖବର ପାଇ ହେମଗିର ପୋଲିସ ଘଟଣସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ରାହୁଲ, ଶ୍ୟାମ ଏବଂ ଓମ ବାଇକ ଯୋଗେ କନିକାକୁ ଫୁଟବଲ ମ୍ୟାଚ ଦେଖିବାକୁ ଆସୁଥିବା ସମୟରେ ତୁମୁଲିଆଠାରେ ବସ ସହିତ ଧକ୍କା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri