ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି ମିଳିବାରୁ ପ୍ରତ୍ୟାହାର ହୋଇଛି। ସୂଚନା ଅନୁଯାୟୀ, ସିଆଙ୍ଗବାଲିଠାରୁ କୁସିପାଙ୍କା ଗ୍ରାମ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ବସ ସେବା ଚଳାଚଳ କରାଇବା ଦାବିରେ ଗ୍ରାମବାସୀ ଆନ୍ଦୋଳନ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ ଦିଆଯାଇଥିଲା।

ଆନ୍ଦୋଳନକାରୀଙ୍କ କହିବା ଅନୁଯାୟୀ, ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ ଏବଂ ମୁଖ୍ୟମନ୍ତ୍ରୀ ବସ ସେବା କାର୍ଯ୍ୟାଳୟର ସୁପରଭାଇଜର ସୁହାନି ସୁବୁଦ୍ଧି ଆସନ୍ତା ଏକ ମାସ ମଧ୍ୟରେ ଦାବି ପୂରଣ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଆନ୍ଦୋଳନକାରୀମାନେ ବିକ୍ଷୋଭରୁ ଓହରିଥିଲେ।

ବିଡିଓ ପ୍ରୀତିରଞ୍ଜନ ରଥ ବର୍ତ୍ତମାନ ଏକ ତାଲିମ କାର୍ଯ୍ୟକ୍ରମ ପାଇଁ ରାଜ୍ୟ ବାହାରେ ଥିବାରୁ ସେ ଫେରିବା ପରେ ଏନେଇ ଆବଶ୍ୟକ ପଦକ୍ଷେପ ନିଆଯାଇ ଲୋକଙ୍କ ଦାବି କାର୍ଯ୍ୟକାରୀ କରାଯିବ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି। ତେବେ ଏକ ମାସ ମଧ୍ୟରେ ଦାବି ପୂରଣ ନହେଲେ ପୁଣିଥରେ ଆନ୍ଦୋଳନକୁ ଜୋରଦାର କରାଯିବ ଏବଂ ଅନିର୍ଦ୍ଦିଷ୍ଟ ସମୟ ପାଇଁ ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?