ବସ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ୬ ଗୁରୁତର

ଉଦଳା,୨୧।୨(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଶରତ ଥାନା ହଦଗୁଠ ଛକ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୬ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଶରତ ଏବଂ ଉଦଳା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଏକ ଘରୋଇ ଯାତ୍ରୀବାହୀ ବସ୍‌ ଭୁବନେଶ୍ୱରରୁ ଶରତ ଅଭିମୁଖେ ଯାଉଥିଲା। ହେଲେ ହଦଗୁଠ ଛକ ନିକଟରେ ବିପରିତ ଦିଗରୁ ଆସୁଥିବା ଏକ ବୋଲେରୋ ଗାଡ଼ି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବୋଲେରୋ ଗାଡିରେ ଥିବା ୫ଜଣଙ୍କ ସହ ବସ୍‌ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି।

ଦୁର୍ଘଟଣା ଏତେ ଜୋରଥିଲା ଯେ, ବୋଲେରୋ ଗାଡିର ସମ୍ମୁଖ ଭାଗ ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଶରତ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଉଦଳା ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦ୍ୱୟକୁ ଜବତ କରି ଘଟଣାରେ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri