ବସ୍‌ ପୋଡ଼ି ଘଟଣା: ୫ ଅଭିଯୁକ୍ତ କୋର୍ଟଚାଲାଣ

ବାରିପଦା ଅଫିସ,୩।୧: ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ୧୮ନଂ. ଜାତୀୟ ରାଜପଥର ଜୁବୁଲି ପେଟ୍ରୋଲ ପମ୍ପ ନିକଟରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଯୁବକଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତକ ହେଲେ ଚାନ୍ଦୁଆ ଥାନା ଅଧୀନ ବିଷୁଭଞ୍ଜ ଗ୍ରାମର ତୁଷାରକାନ୍ତି ସି (୨୧)। ଦୁର୍ଘଟଣା ପରେ ବସ୍‌ ଜାଳିଦେବା ଘଟଣାରେ ୫ ଜଣଙ୍କୁ ଟାଉନ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଝାରପୋଖରିଆ ଥାନା ଗଣ୍ଡିପାଣି ଅଞ୍ଚଳର ରାଜାରାମ ଶୁଭେନ୍ଦୁ ବିକାଶ, ବାରିପଦା ଟାଉନ ଥାନା ଅଧୀନ ବିଜୟରାମଚନ୍ଦ୍ରପୁରର ଧନେଶ୍ୱର ମାରାଣ୍ଡି, କାଳିକାପୁର ୱାର୍ଡ ନଂ. ୨୪ର ସୁମନ୍ତ ମୁଖି, କାର୍ତ୍ତିକ ମୁଖି ଓ କୁଳିଅଣା ଥାନା ତେନ୍ତୁଳିଡିଙ୍ଗା ଅଞ୍ଚଳର ରାଜୀବ ଲୋଚନ ଦାସ। ଏନେଇ ପୋଲିସ ଏକ ମାମଲା (ନଂ.୨/୨୩) ରୁଜୁ କରି ତଦନ୍ତ ଜାରି ରଖିଛି।
ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ଉକ୍ତ ପେଟ୍ରୋଲ ପମ୍ପ ନିକଟ ଡିଭାଇଡରଠାରେ ତୁଷାରକାନ୍ତି ବାଇକ୍‌ ଧରି ସହର ମଧ୍ୟକୁ ଯିବା ପାଇଁ ଅଟକି ରହିଥିଲେ। ଏହି ସମୟରେ ରଞ୍ଜିତା ନାମକ ଏକ ବସ୍‌ ଦ୍ରୁତଗତିରେ ଆସି ପଛପଟୁ ତାଙ୍କୁ ଧକ୍କା ଦେଇ ଡିଭାଇଡର ଉପରକୁ ଚଢ଼ି ଯାଇଥିଲା। ଦୁର୍ଘଟଣାରେ ତୁଷାରକାନ୍ତିଙ୍କ ବାମ ଗୋଡ଼ କଟି ଯାଇଥିଲା। ପିଆର୍‌ଏମ୍‌ ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ସୋମବାର ସକାଳେ କଟକରେ ପହଞ୍ଚିବା ବେଳକୁ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ବସ୍‌ଟିର କାଚ ଭାଙ୍ଗିବା ସହ ପେଟ୍ରୋଲ ଢାଳି ନିଅଁା ଲଗାଇ ଦେଇଥିଲେ। ଏହି ଘଟଣାରେ ପୋଲିସ ଉପରୋକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅନ୍ୟପଟେ ବସ୍‌ଟି ଏକ ଗ୍ୟାରେଜରୁ ଅନ୍ୟ ଏକ ଗ୍ୟାରେଜକୁ ଯାଉଥିବା ସମୟରେ ହଠାତ୍‌ ଯୁବକ ଜଣକ ବସ୍‌ ସମ୍ମୁଖ ଦେଇ ପାର୍‌ ହେବାକୁ ଚେଷ୍ଟା କରୁଥିବା ବେଳେ ଏଭଳି ଅଘଟଣ ଘଟିଛି ବୋଲି ବସ୍‌ର ହେଲ୍‌ପର ଅଭିଯୋଗରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri