ଆବଶ୍ୟକତାଠାରୁ ଅଧିକ ଯାତ୍ରୀ ପରିବହନ କରୁଛି ବସ୍‌, ଭିଡିଓ ଭାଇରାଲ ପରେ ବି…

ଦାରିଙ୍ଗବାଡ଼ି,୧୨ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ ପରିବହନ ବ୍ୟବସ୍ଥା ବିପର୍ଯ୍ୟୟ ହୋଇପଡ଼ିଛି। ଏକାଧିକ ଯାତ୍ରୀବାହୀ ବସ୍‌ ନିଜ ସାମର୍ଥ୍ୟଠାରୁ ଅଧିକ ଯାତ୍ରୀଙ୍କୁ ପରିବହନ କରୁଥିବା ନଜିର ରହିଛି। ଏଭଳି ଏକ ଭିଡିଓ ଏବେ ଭାଇରାଲ ହେବା ପରେ ପରିବହନ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଲକ୍ଷ୍ମୀ ବସ୍‌ରେ ଯାତ୍ରୀ ଭିଡ଼ ଆବଶ୍ୟକତାଠାରୁ ଅଧିକ ଯାତ୍ରୀଙ୍କୁ ନେଉଥିବା ଭିଡିଓ ଭାଇରାଲ ହେଉଛି। ଯାହାକି ଜିଲା ଆଞ୍ଚଳିକ ପରିବହନ ବିଭାଗର କାର୍ଯ୍ୟଧାରାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଯାତ୍ରୀବାହୀ ଅଟୋ ହେଉ କି ଯାତ୍ରୀବାହୀ ବସ୍‌ ସବୁଠି ନିଜ ସାମର୍ଥ ଅନୁସାରେ ଯାତ୍ରୀ ନେବା ପାଇଁ ନିୟମ ରହିଥିଲେ ମଧ୍ୟ ସେଥିପ୍ରତି ବିଭାଗ ଆଖିବୁଜି ଦେଇଥିବା ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଜିଲାରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜିଲାର ସମସ୍ତ ବିଭାଗକୁ ଡକାଇ ଫୁଲବାଣୀଠାରେ ଏହାର ମୁକାବିଲା ପାଇଁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ବିଭାଗ ପକ୍ଷରୁ ମିଳିତ ଭାବେ ବୈଠକ କରି ଏହାର ମୁକାବିଲା ପାଇଁ ପ୍ରସ୍ତୁତି କରାଯାଇଥିବା ବେଳେ ଦାରିଙ୍ଗବାଡ଼ି ଅଞ୍ଚଳରେ ଏହାର ପ୍ରଭାବ କୌଣସି ପ୍ରକାରେ ଦେଖିବାକୁ ମିଳୁନଥିବା ଅଭିଯୋଗ ହୋଇଛି।

ସେହିପରି ଶୁକ୍ରବାର ବିଳମ୍ବିତ ରାତିରେ ଦାରିଙ୍ଗବାଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୨୩୪ ଛାତ୍ରୀଛାତ୍ରଙ୍କ ସମେତ ଗାଇଡ୍‌ ଶିକ୍ଷକ ଓ ଅନ୍ୟମାନେ ମିଶି ପ୍ରାୟ ୩ ଶହ ଜଣ ଗୁଂଜାଗୁଞ୍ଜି ହୋଇ ୪ଟି ବସରେ ଯାତ୍ରା କରିବା ଘଟଣାରେ ଜିଲା ଆଞ୍ଚଳିକ ପରିବହନ ବିଭାଗ ନିରବ ବସିଛି ଯାତ୍ରୀ ବାହି ବସରେ ୫୨ଟି ସିଟ ରହିଥାଏ ବୋଲି ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ଶିଶିର ସାହୁ କହୁଥିବା ବେଳେ ୪ଟି ବସ୍‌ରେ କିଭଳି ଏତେ ଛାତ୍ରୀଛାତ୍ରଙ୍କୁ ନିଆଯାଇଛି ତା’ର ତଦନ୍ତ କରାଯିବ ବୋଲି ସେ କହିଛନ୍ତି । ସେ ଏବେ ଛୁଟିରେ ରହିଛନ୍ତି ଫେରିଲେ ତଦନ୍ତ କରାଯିବ ବୋଲି କହିଛନ୍ତି।
ସୂଚନାଯୋଗ୍ୟ, ଛାତ୍ରୀଛାତ୍ରଙ୍କୁ ପର୍ଯ୍ୟଟନକ୍ଷେତ୍ର ବୁଲାଇବା ପାଇଁ ୪.୫୪ ଲକ୍ଷ ଅନୁଦାନ ଆସିଥିବା ବେଳେ ଏହାକୁ ଚଞ୍ଚକତା କରାଯିବାକୁ ବିଇଓଙ୍କ କାର୍ଯ୍ୟାଳୟର କର୍ମଚାରୀ ଉଦ୍ୟମ କରୁଥିବା ଚର୍ଚ୍ଚା ହେଉଛି। ଜିଲା ପ୍ରଶାସନ ଏହାର ଗୁରୁତ୍ୱ ଦେବାକୁ ଦାବି ହେବା ସହ ପରିବହନ ବ୍ୟବସ୍ଥାକୁ ଉତ୍ତମ ଭାବେ ପରିଚାଳନା କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri