ମାଲକାନଗିରିରୁ ରୋଗୀ ନେଇଯାଉଥିବା ବସ୍‌ ବିଶାଖାପାଟଣାରେ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୨ ଜୀବନ

ମାଲକାନଗିରି,୧୮।୧(ଦୁର୍ଯ୍ୟୋଧନ ପାତ୍ର): ବିଶାଖାପାଟନମସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲ ତରଫରୁ ନେଇ ଯାଉଥିବା ବସ୍‌ର ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ବିଶାଖାପାଟନମ ନିକଟରେ ହୋଇଛି। ଏହି ଦୁର୍ଘଟଣାରେ ମାଲକାନଗିରି ଜିଲା ପଡ଼ିଆ ବ୍ଲକର ଏମଭି ୫୮ ଗ୍ରାମର ସୁବ୍ରତ ରାୟ ଏବଂ ତାଙ୍କ ସାନ ଝିଅଙ୍କ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଏହା ସମେତ ଅନେକଙ୍କ ଆହତ ହୋଇଛନ୍ତି। ସୁବ୍ରତ ରାୟ ଭାଜପାର ଏମଭି ୫୮ ବୁଥର ବୁଥ ସଭାପତି ଥିଲେ ଏବଂ ପଡ଼ିଆ ମଣ୍ଡଳର ଭାଜପା ଯୁବ ନେତା ଥିଲେ । ତେବେ ବସଟି ମାଲକାନଗିରିରୁ ପ୍ରାୟ ୩୦ଜଣଙ୍କୁ ନେଇ ଯାଉଥିବା ଜଣାପଡିଛି। ଗତକାଲି ରାତିରେ ବସଟି ମାଲକାନଗିରିରୁ ବାହାରି ଯାଉଥିବାବେଳେ ସାମ୍ନାରେ ଏକ ଟ୍ରକ ଖରାପ ହୋଇ ଛିଡା ହୋଇଥିଲା। କୁହୁଡି ଯୋଗୁ ବସ ଚାଳକ ଟ୍ରକକୁ ଦେଖି ପାରି ନ ଥିଲେ ଏବଂ ଦୁର୍ଘଟଣା ଘଟିଥିଲା ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri