ଚାଷୀଙ୍କୁ ନେଇ ଯାଉଥିବା ବସ୍‌ ଓଲଟିଲା

ସୋରଡ଼ା,୨୩ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ନିକଟ କୁଲାଙ୍ଗୀ- କାଳିଆଘୋଡ଼ା ମଧ୍ୟରେ ଗୁରୁବାର ଏକ ବସ୍‌ ଓଲଟି ପଡ଼ିବାରୁ ୪୭ ଜଣ ଚାଷୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ଜଣ ଗୁରୁତର ଥିବା ଜଣାପଡିଛି। ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ସୋରଡ଼ା ଓ ଭଞ୍ଜନଗର ମେଡିକାଲକୁ ପଠାଯାଇଛି।

ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଜୈବିକ ପଦ୍ଧତିରେ ଧାନ, ମାଣ୍ଡିଆ, ମକା ଓ କାନ୍ଦୁଲ ଚାଷ ସମ୍ପର୍କରେ ତାଲିମ ଦିଆଯିବାକୁ ସ୍ଥିର ହୋଇଥିଲା। ତେଣୁ ଗୌଡ଼ଗୋଠ ଗ୍ରାମରୁ ଚାଷୀମାନେ ଭଞ୍ଜନଗର ଅଭିମୁଖେ ବାହାରିଥିଲେ। ସରକାରଙ୍କ ପକ୍ଷରୁ ପ୍ରୋଗ୍ରେସ ଏନ୍‌ଜିଓ ସେମାନଙ୍କୁ ବସ୍‌ ଯୋଗେ ନେଉଥିଲେ। ସୋରଡ଼ା ନିକଟ କୁଲାଙ୍ଗୀ – କାଳିଆଘୋଡ଼ା ନିକଟରେ ବସ୍‌ ଆଗକୁ ଏକ ବାଇକ୍‌ ଆସିଯାଇଥିଲା। ବାଇକ୍‌ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ବସ୍‌ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଥିଲା। ଫଳରେ ଚାଷୀମାନେ ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତଙ୍କୁ ଉଦ୍ଧାର କରାଯାଇ ମେଡିକାଲକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri