ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁ ବସଷ୍ଟାଣ୍ଡରେ ଥିବା ଅନ୍ୟ ବସକୁ ବ୍ୟାପି ନ ଥିଲା। ଫଳରେ ଏକ ବନ ଧରଣର ଅଘଟଣକୁ ଏଡ଼ାଇ ଦିଆଯାଇ ପାରିଛି। ତେବେ ବସରେ କେମିତି ନିଆଁ ଲାଗିଲା ପ୍ରକୃତ କାରଣ ଅସ୍ପଷ୍ଟ ରହିଛି। କେହି ଜଣେ ଦୁର୍ବୁତ୍ତ ବସରେ ଜାଣିଶୁଣି ନିଆଁ ଲଗାଇଥିବା ଅନୁମାନ କରାଯାଉଛି।

 

Dharitri – Odisha’s No.1 Odia Daily

 

Share