ଟ୍ରକକୁ ପିଟିଲା ବସ୍‌, କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ୨୬ ନମ୍ବର ଜାତୀୟ ରାଜପଥର ଚାରବାହାଲ ନିକଟରେ ଗୁରୁବାର ଭୋରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭୁବନେଶ୍ୱରରୁ ନବରଙ୍ଗପୁର ଜିଲା ଉମର କୋଟକୁ ଯାଉଥିବା ରଘୁନାଥ ନାମକ ଏକ ଘରୋଇ ଯାତ୍ରୀବାହୀ ବସ ଅଟକି ରହିଥିବା ଟ୍ରକକୁ ପିଟିଛି। ଫଳରେ ବସରେ ବସିଥିବା ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି।

ମୃତ ଯାତ୍ରୀଙ୍କର ନାମ ବିନୋଦ କୁମାର ବେହେରା ହୋଇଥିବାବେଳେ ସେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ଦୁର୍ଘଟଣାରେ ବସର ଆଗ ପଟ ଚୁରମାର ହୋଇଥିବାବେଳେ ଅନେକେ ଯାତ୍ରୀ ବସ ମଧ୍ୟରେ ଫସି ରହିଥିଲେ। ସ୍ଥାନୀୟ ଲୋକ ଓ କୋକସରା ଦମକଳ କର୍ମଚାରୀଙ୍କ ଉଦ୍ୟମରେ ଫସି ରହି ଥିବା ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି । ଗୁରୁତର ଥିବା ସମସ୍ତଙ୍କୁ ଜୁନାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ସେହିପରି ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri