ବିବାହ ଭୋଜିରୁ ଫେରୁଥିବା ବେଳେ ବସ୍‌ ଦୁର୍ଘଟଣା, ୪୦ ଆହତ

ରାୟଗଡ଼(ଗଜପତି),୧୪ା୧୨(ଡି.ଏନ.ଏ.): ଗଜପତି ଜିଲା ରାୟଗଡ଼ ଥାନା ବମିକା ଛକ ନିକଟରେ ମଙ୍ଗଳବାର ଏକ କନ୍ୟା ଯାତ୍ରୀ ମିନି ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ୫ ଶିଶୁଙ୍କ ସମେତ ପ୍ରାୟ ୪୦ ଯାତ୍ରୀ ଆହତ ହୋଇଛନ୍ତି। ୬ ଜଣ ଗୁରୁତର ହୋଇଥିବା ଜଣାପଡିଛି।
ଗଞ୍ଜାମ ଜିଲା ପୋଲସରା ବ୍ଲକ ରୁମାଗୁଡ ଗ୍ରାମର କନ୍ୟା ପକ୍ଷର ଲୋକେ ସୋମବାର ପାରଳାଖେମୁଣ୍ଡି ବିବାହ କାର୍ଯ୍ୟକୁ ଆସିଥିଲେ। କାମ ସାରି ଗ୍ରାମକୁ ଫେରୁଥିବା ସମୟରେ ବମିକା ଛକ ନିକଟରେ ରାତି ପ୍ରାୟ ୩ ଟା ବେଳେ ଭାରସାମ୍ୟ ହରାଇବାରୁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆହତ ଯାତ୍ରୀଙ୍କୁ ପାରଳାଖେମୁଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ରାୟଗଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଏଏସ୍‌ଆଇ ମନୋଜ କୁମାର ପାଢୀ ସୂଚନା ଦେଇଛନ୍ତି। ସମସ୍ତ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri