Posted inଜାତୀୟ

ମମତା-ଶୁଭେନ୍ଦୁଙ୍କ ବିରୋଧରେ ଲଢ଼ିବେ ବସ୍‌ ଡ୍ରାଇଭର ସ୍ବପନ

କୋଲକାତା,୨୪।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ତାତି ବଢ଼ିବାରେ ଲାଗିଛି। ନନ୍ଦିଗ୍ରାମରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ବିରୋଧରେ ଭାଜପା ପକ୍ଷରୁ ଶୁଭେନ୍ଦୁ ଅଧିକାରୀଙ୍କୁ ନନ୍ଦିଗ୍ରାମରୁ ଟିକଟ ଦିଆଯାଇଛି। ତେବେ ଏବେ ରୋଚକ ଘଟଣା ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନନ୍ଦିଗ୍ରାମ ଆସନରୁ ମମତା ଏବଂ ଶୁଭେନ୍ଦୁଙ୍କ ବିରୋଧରେ ଲଢ଼ିବା ପାଇଁ ଯୁବ ଡ୍ରାଇଭର ସ୍ବପନ। ସେ କହିଛନ୍ତି ନନ୍ଦିଗ୍ରାମରେ ବହୁ ସମସ୍ୟା ରହିଛି। ଏସବୁ ସୁଧାର ହୋଇ ପାରିନାହିଁ। ତେଣୁ ସେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବେ ଏହି ଅସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା କହିଛନ୍ତି। ରାଜ୍ୟରେ ପ୍ରତିବର୍ଷ ଘଟୁଥିବା ସଡ଼କ ଦୁର୍ଘଟଣାରେ ବହୁ ଲୋକଙ୍କ ଜୀବନ ଯାଇଥାଏ। ତାଙ୍କ ପିତାଙ୍କର ମଧ୍ୟ ଏଭଳି ମୃତ୍‌ୟୁ ଘଟିଛି। ତାଙ୍କ ପିତାଙ୍କ ମୋଟରସାଇକେଲକୁ ଏକ ବସ୍‌ ଧକ୍କା ଦେଇଥିଲା। ରାଜ୍ୟ ପରିବହନ ବିଭାଗରେ ବିନା ଲାଇସେନ୍ସ୍‌ରେ ଗାଡ଼ି ଚଳାଉଥିବା ଡ୍ରାଇଭର ରହିଛନ୍ତି। ଏନେଇ ସ୍ବପନ ବର୍ତ୍ତମାନର ଭାଜପା ପ୍ରାର୍ଥୀ ତଥା ପୂର୍ବତନ ସଡ଼କ ପରିବହନ ମନ୍ତ୍ରୀ ଶୁଭେନ୍ଦୁଙ୍କୁ ଚିଠି ଲେଖି କେତେକ ଅନୁରୋଧ କରିଥିଲେ। ମାତ୍ର ତାଙ୍କ ଚିଠିର ଭିନ୍ନ ଅର୍ଥ ବାହାରି ଥିଲା। ପ୍ରତିଦିନ କାମ ସମୟରେ ୨୦-୩୦ ଟଙ୍କା ପୋଲିସଙ୍କୁ ଲାଞ୍ଚ ଦେବାକୁ ପଡୁଥିବା ସ୍ବପନ ଅଭିଯୋଗ କରିଛନ୍ତି। ଏସବୁ ସମସ୍ୟାର ନିରାକରଣ କରାଯାଉ ନ ଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ନନ୍ଦିଗ୍ରାମରେ ଏପ୍ରିଲ୍‌ ୧ରେ ମତଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri