Posted inଜାତୀୟ

ମମତା-ଶୁଭେନ୍ଦୁଙ୍କ ବିରୋଧରେ ଲଢ଼ିବେ ବସ୍‌ ଡ୍ରାଇଭର ସ୍ବପନ

କୋଲକାତା,୨୪।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ତାତି ବଢ଼ିବାରେ ଲାଗିଛି। ନନ୍ଦିଗ୍ରାମରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ବିରୋଧରେ ଭାଜପା ପକ୍ଷରୁ ଶୁଭେନ୍ଦୁ ଅଧିକାରୀଙ୍କୁ ନନ୍ଦିଗ୍ରାମରୁ ଟିକଟ ଦିଆଯାଇଛି। ତେବେ ଏବେ ରୋଚକ ଘଟଣା ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନନ୍ଦିଗ୍ରାମ ଆସନରୁ ମମତା ଏବଂ ଶୁଭେନ୍ଦୁଙ୍କ ବିରୋଧରେ ଲଢ଼ିବା ପାଇଁ ଯୁବ ଡ୍ରାଇଭର ସ୍ବପନ। ସେ କହିଛନ୍ତି ନନ୍ଦିଗ୍ରାମରେ ବହୁ ସମସ୍ୟା ରହିଛି। ଏସବୁ ସୁଧାର ହୋଇ ପାରିନାହିଁ। ତେଣୁ ସେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବେ ଏହି ଅସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା କହିଛନ୍ତି। ରାଜ୍ୟରେ ପ୍ରତିବର୍ଷ ଘଟୁଥିବା ସଡ଼କ ଦୁର୍ଘଟଣାରେ ବହୁ ଲୋକଙ୍କ ଜୀବନ ଯାଇଥାଏ। ତାଙ୍କ ପିତାଙ୍କର ମଧ୍ୟ ଏଭଳି ମୃତ୍‌ୟୁ ଘଟିଛି। ତାଙ୍କ ପିତାଙ୍କ ମୋଟରସାଇକେଲକୁ ଏକ ବସ୍‌ ଧକ୍କା ଦେଇଥିଲା। ରାଜ୍ୟ ପରିବହନ ବିଭାଗରେ ବିନା ଲାଇସେନ୍ସ୍‌ରେ ଗାଡ଼ି ଚଳାଉଥିବା ଡ୍ରାଇଭର ରହିଛନ୍ତି। ଏନେଇ ସ୍ବପନ ବର୍ତ୍ତମାନର ଭାଜପା ପ୍ରାର୍ଥୀ ତଥା ପୂର୍ବତନ ସଡ଼କ ପରିବହନ ମନ୍ତ୍ରୀ ଶୁଭେନ୍ଦୁଙ୍କୁ ଚିଠି ଲେଖି କେତେକ ଅନୁରୋଧ କରିଥିଲେ। ମାତ୍ର ତାଙ୍କ ଚିଠିର ଭିନ୍ନ ଅର୍ଥ ବାହାରି ଥିଲା। ପ୍ରତିଦିନ କାମ ସମୟରେ ୨୦-୩୦ ଟଙ୍କା ପୋଲିସଙ୍କୁ ଲାଞ୍ଚ ଦେବାକୁ ପଡୁଥିବା ସ୍ବପନ ଅଭିଯୋଗ କରିଛନ୍ତି। ଏସବୁ ସମସ୍ୟାର ନିରାକରଣ କରାଯାଉ ନ ଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ନନ୍ଦିଗ୍ରାମରେ ଏପ୍ରିଲ୍‌ ୧ରେ ମତଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri