Posted inଜାତୀୟ

ବ୍ରିଜରୁ ୫୦ ଫୁଟ ତଳକୁ ଖସିପଡିଲା ବସ୍‌: ୩ ମୃତ୍ୟୁ, ୨୫ ଆହତ

ରାଞ୍ଚି,୬।୮: ରାଞ୍ଚିରୁ ଝାଡଖଣ୍ଡର ଗିରିଡିହକୁ ଆସୁଥିବା ଏକ ବସ ବ୍ରିଜ ତଳକୁ ଖସି ପଡ଼ିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ ଜଣ ଆହତ ହୋଇଛନ୍ତି। ବ୍ରିଜ୍‌ ରେଲିଂ ଭାଙ୍ଗିବାରୁ ବସ୍‌ଟି ନଦୀରେ ଖସିପଡିଥିଲା। ବସ୍‌ରେ ତିରିଶରୁ ଅଧିକ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକମାନେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଅଳ୍ପ ସମୟ ମଧ୍ୟରେ ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲା।
ଅଧିକାଂଶ ଆହତଙ୍କୁ ଗିରିଡିହ ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରୁ କେତେକ ନବଜୀବନ ନର୍ସିଂହୋମ ଏବଂ ଗୋବର୍ଦ୍ଧନ ଲାଲ ନର୍ସିଂହୋମରେ ମଧ୍ୟ ଚିକିତ୍ସିତ ହେଉଛନ୍ତି।
ଅନ୍ୟପକ୍ଷରେ, ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଗିରିଡିହ ବିଧାୟକ ସୁଦର୍ଶନ କୁମାର ସୋନୁ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଚାଲିଥିବା ଉଦ୍ଧାର କାର୍ଯ୍ୟର ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ନିଠାରି ମାମଲାର ଅଭିଯୁକ୍ତ ସୁରେନ୍ଦ୍ର କୋଲି (ମୂଳତଃ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗର/ନୋଏଡା ନିବାସୀ) ହରିଦ୍ୱାରରେ ଝୁଲନ୍ତା ଅବସ୍ଥାରେ ମିଳିଛନ୍ତି। ଖବର ଅନୁଯାୟୀ, ଏହି…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?