Posted inଜାତୀୟ

ବ୍ରିଜ୍‌ରୁ ବସ୍‌ ଖସିବା ଘଟଣା: ମୃତ୍ୟୁ ସଂଖ୍ୟା ୨୨କୁ ବୃଦ୍ଧି

ଖର୍‌ଗୋନ୍‌, ୧୦ା୫: ମଧ୍ୟପ୍ରଦେଶର ଖର୍‌ଗୋନ୍‌ ଜିଲାରେ ମଙ୍ଗଳବାର ସକାଳେ ଏକ ବସ୍‌ ବ୍ରିଜ୍‌ରୁ ନଦୀକୁ ଖସିପଡ଼ିବାରୁ ୨୨ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ଶିଶୁ ଓ ୧୦ ମହିଳା ଯାତ୍ରୀ ଅଛନ୍ତି। ଦୁର୍ଘଟଣାର ମାଜିଷ୍ଟ୍ରେଟ୍‌ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ରାଜ୍ୟ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ରା କହିଛନ୍ତି। ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିବା ସହ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି।
ଡୋଙ୍ଗରଗାଁଓ ଗ୍ରାମ ନିକଟ ବୋରାଦ ନଦୀରେ ଏହି ଦୁର୍ଘଟଣା ଘଟିଛି। ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ଟି ଦାସଙ୍ଗ ବ୍ରିଜ୍‌ ରେଲିଂ ଭାଙ୍ଗି ଶୁଷ୍କ ନଦୀଶଯ୍ୟାରେ ଖସିପଡ଼ିଥିଲା। ଆହତ ଯାତ୍ରୀଙ୍କୁ ଖର୍‌ଗୋନ୍‌ ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ସେହିପରି ଗୁରୁତର ଆହତଙ୍କ ପାଇଁ ୫୦ ହଜାର ଏବଂ ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କା ଯୋଗାଇ ଦିଆଯିବ ବୋଲି ମିଶ୍ରା କହିଛନ୍ତି। ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ବସ୍‌ରୁ ଯାତ୍ରୀମାନଙ୍କୁ ବାହାର କରି ଚିକିତ୍ସା ପାଇଁ ପଠାଇଥିଲେ। ବସ୍‌ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଦୁର୍ଘଟଣା ଘଟିଲା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri