Posted inଜାତୀୟ

ବ୍ରିଜ୍‌ରୁ ବସ୍‌ ଖସିବା ଘଟଣା: ମୃତ୍ୟୁ ସଂଖ୍ୟା ୨୨କୁ ବୃଦ୍ଧି

ଖର୍‌ଗୋନ୍‌, ୧୦ା୫: ମଧ୍ୟପ୍ରଦେଶର ଖର୍‌ଗୋନ୍‌ ଜିଲାରେ ମଙ୍ଗଳବାର ସକାଳେ ଏକ ବସ୍‌ ବ୍ରିଜ୍‌ରୁ ନଦୀକୁ ଖସିପଡ଼ିବାରୁ ୨୨ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ଶିଶୁ ଓ ୧୦ ମହିଳା ଯାତ୍ରୀ ଅଛନ୍ତି। ଦୁର୍ଘଟଣାର ମାଜିଷ୍ଟ୍ରେଟ୍‌ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ରାଜ୍ୟ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ରା କହିଛନ୍ତି। ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିବା ସହ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି।
ଡୋଙ୍ଗରଗାଁଓ ଗ୍ରାମ ନିକଟ ବୋରାଦ ନଦୀରେ ଏହି ଦୁର୍ଘଟଣା ଘଟିଛି। ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ଟି ଦାସଙ୍ଗ ବ୍ରିଜ୍‌ ରେଲିଂ ଭାଙ୍ଗି ଶୁଷ୍କ ନଦୀଶଯ୍ୟାରେ ଖସିପଡ଼ିଥିଲା। ଆହତ ଯାତ୍ରୀଙ୍କୁ ଖର୍‌ଗୋନ୍‌ ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ସେହିପରି ଗୁରୁତର ଆହତଙ୍କ ପାଇଁ ୫୦ ହଜାର ଏବଂ ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କା ଯୋଗାଇ ଦିଆଯିବ ବୋଲି ମିଶ୍ରା କହିଛନ୍ତି। ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ବସ୍‌ରୁ ଯାତ୍ରୀମାନଙ୍କୁ ବାହାର କରି ଚିକିତ୍ସା ପାଇଁ ପଠାଇଥିଲେ। ବସ୍‌ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଦୁର୍ଘଟଣା ଘଟିଲା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri