ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର, ୯।୨(ବ୍ୟୁରୋ): ରାଜ୍ୟ ସରକାର ପୁଣି ବସ୍‌ ଭଡ଼ା ବଢ଼ାଇଛନ୍ତି। ଏ ନେଇ ସୋମବାର ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଲଗାତର ଡିଜେଲ ଦର ବୃଦ୍ଧି ସାଙ୍ଗକୁ ଅନ୍ୟାନ୍ୟ ଆନୁଷଙ୍ଗିକ ଦର ବୃଦ୍ଧିକୁ ନେଇ ୧୨ଟି ପାରାମିଟର ଆଧାରରେ ବସ୍‌ ଭଡ଼ା ବୃଦ୍ଧି କରାଯାଇଛି। ଏହାକୁ ମିଶାଇ ମାସକ ଭିତରେ ବସ୍‌ ଭଡ଼ା ୨ ଥର ବୃଦ୍ଧି ହେଲାଣି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସାଧାରଣ ବସ୍‌ ଓ ଏକ୍ସପ୍ରେସ୍‌ ବସ୍‌ କିଲୋମିଟର ପିଛା ଯଥାକ୍ରମେ ୬ ଓ ୭ ପଇସା ବୃଦ୍ଧି କରାଯାଇଥିବା ବେଳେ ଡିଲକ୍ସ ଏବଂ ଏସି ଡିଲକ୍ସ ୨ ଓ ୮ ପଇସା ବୃଦ୍ଧି ହୋଇଛି। ତେବେ ବିଳାସପୂର୍ଣ୍ଣ ସୁପର ପ୍ରିମିୟମ(ଭଲ୍‌ଭୋ/ସ୍କନିଆ ଇତ୍ୟାଦି) ବସ୍‌ ପାଇଁ ପ୍ରଥମ ଥର ଲାଗି କିଲୋମିଟର ପିଛା ୨ଟଙ୍କା ୧୭ ପଇସା ଧାର୍ଯ୍ୟ କରାଯାଇଛି।
ଭଡ଼ା ବୃଦ୍ଧି ପରେ ଯାତ୍ରୀମାନଙ୍କୁ ସାଧାରଣ ବସ୍‌ ପାଇଁ କିଲୋମିଟର ପିଛା ୭୪ ପଇସାରୁ ୮୦ ପଇସା ଏବଂ ଏକ୍ସପ୍ରେସ୍‌ ବସ୍‌ ପାଇଁ ୭୭ ପଇସା ଜାଗାରେ ୮୪ ପଇସା ଅଧିକ ଭଡ଼ା ଦେବାକୁ ପଡ଼ିବ। ସେହିପରି ଡିଲକ୍ସ ବସ୍‌ ପାଇଁ କିଲୋମିଟର ପିଛା ୧ଟଙ୍କା ୯ ପଇସାରୁ ୧ ଟଙ୍କା ୧୧ ପଇସା ଓ ଏସି ଡିଲକ୍ସ ବସ୍‌ ପାଇଁ ୧ ଟଙ୍କା ୩୧ ପଇସାରୁ ୧ ଟଙ୍କା ୩୯ ପଇସା ଦେବାକୁ ହେବ। ସେହିପରି ସୁପର ପ୍ରିମିୟମ ବସ୍‌ ଲାଗି କିଲୋମିଟର ପିଛା ୨ ଟଙ୍କା ୧୭ ପଇସା କିମ୍ବା ସର୍ବନିମ୍ନ ୧୩ ଟଙ୍କା ଦେବାକୁ ହେବ।
ଏଠାରେ ସୂଚନାଯୋଗ୍ୟ ଯେ ଡିଜେଲ ଦର ଲଗାତର ବୃଦ୍ଧି ଯୋଗୁ ୨୦୨୦ ଜାନୁୟାରୀ ୨୦ରେ ବସ୍‌ ଭଡ଼ା କିଲୋମିଟର ପିଛା ୧ ଓ ୨ ପଇସା ବୃଦ୍ଧି ପାଇଥିଲା। କରୋନା ମହାମାରୀ ଯୋଗୁ ଆର୍ଥିକ ଅବସ୍ଥା ଭଲ ନ ଥିବା ବେଳେ ବାରମ୍ବାର ବସ୍‌ ଭଡ଼ା ବୃଦ୍ଧି ଯାତ୍ରୀମାନଙ୍କ ଉପରେ ବୋଝ ଉପରେ ନଳିତା ବିଡ଼ା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri