Posted inଜାତୀୟ

ରାସ୍ତା ତଳକୁ ଖସିଲା ବସ୍‌, ସ୍କୁଲ ପିଲାଙ୍କ ସହିତ ୧୬ ମୃତ, ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା…

କୁଲୁ, ୪।୭ : ହିମାଚଳ ପ୍ରଦେଶର କୁଲୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୁଲୁର ଶୈନଶରରୁ ସୈଞ୍ଜ ଆଡକୁ ଆସୁଥିବା ଘରୋଇ ବସ ଜଙ୍ଗଲା ଗାଁ ନିକଟରେ ନିୟନ୍ତ୍ରଣ ହରାଇ ରାସ୍ତାର ୨୦୦ ମିଟର ତଳକୁ ଖସିପଡିଛି। ଏହି ଦୁର୍ଘଟଣାରେ ସ୍କୁଲ ପିଲାଙ୍କ ସମେତ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ବସ୍‌ରେ ୩୫ ରୁ ୪୦ ଜଣ ଯାତ୍ରା କରୁଥିଲେ। ସକାଳ ପ୍ରାୟ ସାଢ଼େ ୮ ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାସ୍ଥଳରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ପ୍ରଶାସନ ଅନୁଯାୟୀ, ଅନେକ ଲୋକ ବସ ତଳେ ଦବି ହୋଇ ରହିଛନ୍ତି। ତେଣୁ ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ଯେଉଁଠାରେ ଦୁର୍ଘଟଣା ଘଟିଛି ତାହା ଅତ୍ୟନ୍ତ କଷ୍ଟକର ଅଞ୍ଚଳ। ବସ ବହୁତ ଗଭୀରରେ ପଡ଼ିଯାଇଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି। ଜିଲା ମାଜିଷ୍ଟ୍ରେଟଙ୍କ ଅନୁଯାୟୀ ଉଦ୍ଧାର କାର୍ଯ୍ୟ ଶେଷ ନହେବା ପର୍ଯ୍ୟନ୍ତ ମୃତ୍ୟୁସଂଖ୍ୟା ସମ୍ପର୍କରେ କିଛି କୁହାଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?