Posted inଜାତୀୟ

୩୦୦ ମିଟର ଗଭୀର ଖାଲକୁ ଖସିଲା ବସ: ୧୩ ମୃତ,୨୯ରୁ ଅଧିକ ଆହତ…

ମୁମ୍ବାଇ,୧୫।୪ : ଶନିବାର ସକାଳେ ମହାରାଷ୍ଟ୍ରର ରାୟଗଢରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଖାପୋଲି ଅଞ୍ଚଳରେ ଏକ ବସ ରାସ୍ତାରୁ ନିୟନ୍ତ୍ରଣ ହରାଇ ୩୦୦ ମିଟର ଗଭୀର ଖାଲରେ ପଡ଼ିଯାଇଥିଲା। ଏହି ଦୁର୍ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୯ରୁ ଅଧିକ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ତୁରନ୍ତ ସ୍ଥାନୀୟ ଲୋକମାନେ ଉଦ୍ଧାର କରିବା ପାଇଁ ଉଦ୍ୟମ ଆରମ୍ଭ କରିଥିଲେ। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପୋଲିସର ସୂଚନାନୁସାରେ, ଘରୋଇ ବସ ପୁଣେରୁ ମୁମ୍ବାଇ ଯାଉଥିଲା। ସିଙ୍ଗରୋବା ମନ୍ଦିର ନିକଟରେ ଥିବା ମୁମ୍ବାଇ-ପୁଣେ ରାଜପଥରେ ଏହା ନିୟନ୍ତ୍ରଣ ହରାଇ ରାସ୍ତାରୁ ଖାଲରେ ଖସି ଯାଇଥିଲା। ବସରେ ପ୍ରାୟ ୪୨ ଜଣ ଯାତ୍ରୀ ଥିଲେ।
ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଏହି ବସ ମୁମ୍ବାଇର ଗୋରେଗାଓଁରୁ ବାଜି ପ୍ରଭାସ ବାଦକ ଗ୍ରୁପ ନାମକ ଏକ ପାରମ୍ପାରିକ ମ୍ୟୁଜିକ ଟ୍ରୁପର ସଦସ୍ୟମାନଙ୍କୁ ନେଇ ଯାଉଥିଲା। ପୁଣେ ଜିଲାର ପିମ୍ପିରି ଚିଞ୍ଚୱାଡ ଅଞ୍ଚଳରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ସେମାନେ ଗୋରେଗାଓଁ ଫେରୁଥିଲେ। ବସ ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ୧ ଟା ସମୟରେ ସ୍ଥାନ ଛାଡିଥିଲା। ଭୋର ପ୍ରାୟ ୪ଟା ୫୦ ସମୟରେ ଚାନ୍ଦଲା ଘାଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ରାୟଗଢ ପୋଲିସ ଅଧୀକ୍ଷକ ସୋମନାଥ ଘାର୍ଗେ କହିଛନ୍ତି ଯେ ଆହତମାନେ ମୁମ୍ବାଇର ସିଓନ ଏବଂ ଗୋରେଗାଓଁ ଅଞ୍ଚଳ ତଥା ପଡୋଶୀ ପାଲଘର ଜିଲାର ଭିରାର ବାସିନ୍ଦା।

ଅଧିକାଂଶ ଆହତଙ୍କ ବୟସ ୧୮ ରୁ ୨୫ ବର୍ଷ ବୟସ ମଧ୍ୟରେ ବୋଲି କୁହାଯାଉଛି।
ଏହି ଦୁର୍ଘଟଣା ସମ୍ପର୍କରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସହ କଥା ହୋଇଛନ୍ତି। ଶାହା ଟୁଇଟ କରି କହିଛନ୍ତି, ମହାରାଷ୍ଟ୍ରର ରାୟଗଡରେ ସଡକ ଦୁର୍ଘଟଣା ଦୁଃଖଦାୟକ। ଏ ବାବଦରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସହ କଥାବାର୍ତ୍ତା କରି ସେ କହିଛନ୍ତି ଯେ ସ୍ଥାନୀୟ ପ୍ରଶାସନ ରିଲିଫ କାର୍ଯ୍ୟରେ ନିୟୋଜିତ ଅଛି। ମୁଁ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଉଛି ଏବଂ ଆହତମାନଙ୍କୁ ଶୀଘ୍ର ଆରୋଗ୍ୟ କାମନା କରୁଛି।

ଏହି ଘଟଣାରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଶିନ୍ଦେ ମୃତକଙ୍କ ସମ୍ପର୍କୀୟଙ୍କୁ ପ୍ରତ୍ୟେକଙ୍କୁ ପାଞ୍ଚ ଲକ୍ଷ ଟଙ୍କାର ଅନୁକମ୍ପାମୂକ ସହାୟତା ଘୋଷଣା କରିଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri