ପୋଲରେ ଝୁଲିପଡ଼ିଲା ବସ୍‌: ପ୍ରାଣ ବିକଳରେ ଯାତ୍ରୀ…

ଅତାବିରା, ୨୬।୨(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ନଂ ଜାତୀୟ ରାଜପଥର ଅତାବିରାରେ ଏକ ବସ ଦୁର୍ଘଟଣା l ଆଜି ସକାଳ ୮ଟା ସମୟରେ ବଣ୍ଟି ନାମକ ଏକ ଘରୋଇ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ସମ୍ବଲପୁରରୁ ବରଗଡ଼ ପଟକୁ ଯାଉଥିବାବେଳେ ଦମଦମା ପୋଲରେ ଝୁଲି ପଡିଥିଲା ବସ। ଫଳରେ ଅଳ୍ପକେ ବର୍ତ୍ତି ଯାଇଥିଲେ ଯାତ୍ରୀ l
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଭାରସାମ୍ୟ ହରାଇ ପୋଲ ଉପରକୁ ଚଢ଼ିଯାଇଥିଲା ବସ। ଯାହାଫଳରେ ଯାତ୍ରୀ ମାନେ ଜୋର୍‌ ରେ ଚିତ୍କାର କରିଥିଲେ । ଅତାବିରା ସ୍ମଶାନ ଘାଟ ପାଖରେ ଥିବା ଦମ ଦମା ନଦୀର ପୋଲରେ ଅଧା ଝୁଲା ଅବସ୍ଥାରେ ବସଟି ଅଟକି ଯାଇଥିଲା l ଅଳ୍ପକେ ବର୍ତ୍ତି ଯାଇଥିଲେ ଯାତ୍ରୀ l ପୋଲ ତଳକୁ ଖସିଥିଲେ ଏକ ବଡ ଅଘଟଣ ହୋଇଥାନ୍ତା। ଦୁର୍ଘଟଣାରେ ଆହତ ଯାତ୍ରୀମାନଙ୍କୁ ଅତାବିରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଉଛି। ଅତାବିରା ହସ୍ପିଟାଲରେ ୨୦ରୁ ଅଧିକ ଯାତ୍ରୀଙ୍କୁ ଚିକିତ୍ସା କରାଯାଇଥିଲା l ପ୍ରାଣ ବିକଳରେ କେତେକ ଆହତ ଯାତ୍ରୀ ନିଜ ବ୍ୟବସ୍ଥାରେ ଅନ୍ୟ ଘରୋଇ ଡାକ୍ତରଖାନାକୁ ସିଧାସଳଖ ଯାଇଛନ୍ତି l ଘଟଣାସ୍ଥଳକୁ ପୋଲିସ ଅତାବିରା ପୋଲିସ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ହସ୍ପିଟାଲ ପଠାଇଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତି ରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri