ସିରିଜ୍‌ ଦୁର୍ଘଟଣା: ୩ ବାଇକ୍‌, କାର୍‌କୁ ଧକ୍କା ଦେଲା ବସ୍‌

ହିଞ୍ଜିଳିକାଟୁ,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ତଥା ୫୯ ନଂ. ଜାତୀୟ ରାଜପଥ ମାଣିକନଗର ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌, କାର୍‌ ଓ ବାଇକ୍‌ ମଧ୍ୟରେ ସିରିଜ ଦୁର୍ଘଟଣା ଘଟି ବାଇକ ଚାଳକ ଗୁରୁତର ହୋଇଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ଗୁରୁତର ଜଣଙ୍କ ହିଞ୍ଜିଳିକାଟୁ ପୌରାଞ୍ଚଳର ଅତୁଲକୃଷ୍ଣ ସ୍ବାଇଁ (୫୧)। ଆହତମାନେ ହେଲେ ହିଞ୍ଜିଳିକାଟୁ ପୌରାଞ୍ଚଳର ଶିବରାମ ସାହୁ, ପ୍ରଭୁଦତ୍ତ ପାତ୍ର ଓ ସାଗର ପାଣିଗ୍ରାହୀ । ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅତୁଲଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ୪ଟି ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri