ବିଦ୍ୟୁତ୍‌ ପୋଲକୁ ଧକ୍କା ଦେଲା ବସ୍‌

ବ୍ରହ୍ମପୁର ଅଫିସ,୬।୪: ଗଞ୍ଜାମ ଜିଲା ସଦର ଥାନା ଅଧୀନ ବାଲିପଡ଼ା-କାଳୁଆ ଛକ ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ୍‌ ପୋଲକୁ ଏକ ଯାତ୍ରୀବାହୀ ବସ୍‌ ଧକ୍କା ଦେଇଥିଲା। ହେଲେ ବସ୍‌ରେ ଥିବା ଯାତ୍ରୀମାନେ ଅଳ୍ପକେ ରକ୍ଷା ପାଇଛନ୍ତି।

ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଓ ପୋଲିସ ପହଞ୍ଚି ବିଦ୍ୟୁତ୍‌ ବିଭାଗକୁ ଖବର ଦେଇଥିଲେ। ବିଦ୍ୟୁତ୍‌ ବିଭାଗ କର୍ମଚାରୀ ପହଞ୍ଚି ବିଦ୍ୟୁତ୍‌ ସରବରାହ ବନ୍ଦ କରିବା ପରେ କ୍ରେନ ସାହାର୍ଯ୍ୟରେ ବସ୍‌ଟି’କୁ ରାସ୍ତା ଉପରକୁ ଅଣାଯାଇଥିଲା।

ଘଟଣାରୁ ପ୍ରକାଶ ଯେ, ଗଜପତି ଜିଲା ପାରଳାଖେମୁଣ୍ଡିରୁ ବ୍ରହ୍ମପୁର ଦେଇ ଭୁବନେଶ୍ୱର ଅଭିମୁଖେ ଇସ୍ପାତ ଏକ୍ସପ୍ରେସ ନାମକ ଏକ ବସ୍‌(ନଂ.ଓଡ଼ି୦୨ଏଏ-୩୮୦୦) ପାରଳାଖେମୁଣ୍ଡିରୁ ଯାତ୍ରୀଙ୍କୁ ଧରି ବାହାରିଥିଲା। ବସ୍‌ଟି ବାଲିପଡ଼ା ଅତିକ୍ରମ କରିଥିବା ବେଳେ ଦଣ୍ଡଯାତ୍ରାର ଦଣ୍ଡୁଆମାନେ ରାସ୍ତା ମଝିରେ ଯାତାୟତ କରୁଥିଲେ। ହେଲେ ଦଣ୍ଡୁଆମାନଙ୍କୁ ରକ୍ଷା କରିବାକୁ ଯାଇ ବସ୍‌ ଡ୍ରାଇଭର ବସଟି’କୁ ଡାହାଣ ପଟକୁ ନେଇଥିଲେ। ସେତିକିବେଳେ ବସ୍‌ଟି ଭାରସମ୍ୟା ହରାଇ ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ୍‌ ପୋଲକୁ ଧକ୍କା ଦେଇ ଅଟକି ରହିବା ସହ ବିଦ୍ୟୁତ୍‌ ତାର ବସ୍‌ ଉପରେ ଲାଗିଯାଇଥିଲା। ଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକ ବିଦ୍ୟୁତ୍‌ ସରବରାହ ବନ୍ଦ କରିବାକୁ ବିଭାଗୀୟ କର୍ମଚାରୀଙ୍କୁ କହିଥିଲେ। ପରେ ବିଦ୍ୟୁତ୍‌ ସରବରାହ ବନ୍ଦ କରାଯାଇଥିଲା। ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ଯାତ୍ରୀମାନଙ୍କୁ ବସ୍‌ ଭିତରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା ବୋଲି ସହକାରୀ ଅଗ୍ନିଶମ ଅଧିକାରୀ ସନ୍ତୋଷ ପାଣିଗ୍ରାହୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri