ପଛପଟୁ ଧକ୍କା ଦେଲା ବସ୍: ୩ ବାଇକ୍ ଆରୋହୀ ମୃତ

ଢେଙ୍କାନାଳ,୧୦।୧୨: ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜୀବନ ହରାଇଲେ ତିନି ବାଇକ୍ ଆରୋହୀ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ଖାଇରାମୁଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ-୫୩ ରେ ଏକ ବସ୍ ସେମାନଙ୍କ ଉପରେ ମାଡିଯିବାରୁ ତିନିଜଣଙ୍କର ମୃତ୍ୟୁ ଘଟିଛି।

ମୃତକଙ୍କ ନାମ ସାଗର ପ୍ରଧାନ (୨୪), ସୁମନ୍ତ ପରିଡ଼ା(୫୫) ଏବଂ ନାଉପାଲକାଟେନି ଗାଁର ସୌମ୍ୟ ରଂଜନ ସାହୁ (୧୯) ବୋଲି ଜଣାପଡିଛି।

ଖବର ଅନୁଯାୟୀ, ଘର ନିର୍ମାଣ କାର୍ଯ୍ୟ ପାଇଁ ଏକ ମୋଟରସାଇକେଲରେ ତିନିଜଣ ଖାଇରାମୁଣ୍ଡା ଅଭିମୁଖେ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ବସ୍ ମୋଟରସାଇକେଲକୁ ଧକ୍କା ଦେବାରୁ ତିନିଜଣ ତଳେ ପଡିଯାଇଥିଲେ ଏହାପରେ ବସ୍ ସେମାନଙ୍କ ଉପରେ ମାଡି ଯାଇଥିଲା।

ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିବା ବେଳେ ସ୍ଥାନୀୟ ଲୋକ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଥିଲେ। ଏହି ଅବରୋଧ ତାଳଚେର ଏବଂ ଡୁବୁରୀ ମଧ୍ୟରେ ଯାନବାହନ ଚଳାଚଳ ବ୍ୟାହତ ହୋଇଥିଲା।

ସୂଚନା ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ୱାଭାବିକତା ଫେରାଇ ଆଣିବା ପାଇଁ ସ୍ଥାନୀୟ ଲୋକଙ୍କୁ ଶାନ୍ତ କରିବାକୁ ଚେଷ୍ଟା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri