ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ହେଲପର ମୃତ, ୧୫ ଆହତ

ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୃର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବରୁଣେଇ ଓଭର ବ୍ରିଜ ନିକଟରେ ମଙ୍ଗଳବାର ସକାଳ ପ୍ରାୟ ୮ଟାରେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ବସ୍‌ ହେଲପରଙ୍କ ମୁତ୍ୟୁ ଘଟିଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି।
ମୃତକ ହେଲେ ଭଗବାନ ନାୟକ। ଆହତମାନେ ହେଲେ ରଞ୍ଜିତା ରାୟ, ମୋନାଲିସା ପ୍ରଧାନ, ତିଳ ଜେନା, ସତ୍ୟଭାମା ବିଶୋଇ, ସୁନିଲ ପ୍ରଧାନ, ରୋହିତ ନାୟକ, ମହନ୍ତି ବେହେରା, ସାଗରିକା ମହାରଣା, ଭାନୁମତି ପାଇକରାୟ, କାହ୍ନୁ, ବୈକୁଣ୍ଠନାଥ ବିହାରୀ ରହିଥିବା ବେଳେ ଅନ୍ୟମାନଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ଶିଳ୍ପାଞ୍ଚଳ ଫାଣ୍ଡି ଓ ହାଇୱେ ପାଟ୍ରୋଲିଂ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରିଛି। ତେବେ ବସ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ଭୁବନେଶ୍ବରରୁ ଭଞ୍ଜନଗର ଅଭିମୁଖେ ଓମ୍‌ ଶାନ୍ତି ଟ୍ରାଭେଲ୍ସ ନାମକ ଏକ ଘରୋଇ ବସ୍‌ ସକାଳ ପ୍ରାୟ ସାଢେ ୬ଟା ସମୟରେ ବରମୁଣ୍ଡା ବସଷ୍ଟାଣ୍ଡରୁ ବାହାରିଥିଲା। ବସ୍‌ଟି ଦ୍ରୁତଗତିରେ ଯାଉଥିବା ବେଳେ ବରୁଣେଇ ଓଭରବ୍ରିଜ ନିକଟରେ ଡ୍ରାଇଭର ନିୟନ୍ତ୍ରଣ ହରାଇ ଆଗରେ ଯାଉଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇ ରାସ୍ତା ପାର୍ଶ୍ୱରେ ଥିବା ବାଲି ଗଦା ଉପରକୁ ମାଡ଼ିଯାଇଥିଲା। ବସ୍‌ର ସମ୍ମୁଖ ଭାଗ ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଛି। ବସ୍‌ ହେଲପର ବନେଟ ଉପରେ ବସିଥିବା ବେଳେ ଛିଟିକି ତଳେ ପଡି ଯାଇଥିଲେ। ଫଳରେ ବସ୍‌ ତାଙ୍କ ଉପରେ ଚଢି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ବସ୍‌ରେ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିବା ଜଣାପଡିଛି। ଡ୍ରାଇଭରଙ୍କ ବେପାରୁଆ ଗାଡି ଚଳାଇବା ଓ ଦ୍ରୁତ ଗତି ଯୋଗୁ ଏହି ଦୃର୍ଘଟଣା ଘଟିଥିବା କିଛି ଯାତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri