ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ହେଲପର ମୃତ, ୧୫ ଆହତ

ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୃର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବରୁଣେଇ ଓଭର ବ୍ରିଜ ନିକଟରେ ମଙ୍ଗଳବାର ସକାଳ ପ୍ରାୟ ୮ଟାରେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ବସ୍‌ ହେଲପରଙ୍କ ମୁତ୍ୟୁ ଘଟିଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି।
ମୃତକ ହେଲେ ଭଗବାନ ନାୟକ। ଆହତମାନେ ହେଲେ ରଞ୍ଜିତା ରାୟ, ମୋନାଲିସା ପ୍ରଧାନ, ତିଳ ଜେନା, ସତ୍ୟଭାମା ବିଶୋଇ, ସୁନିଲ ପ୍ରଧାନ, ରୋହିତ ନାୟକ, ମହନ୍ତି ବେହେରା, ସାଗରିକା ମହାରଣା, ଭାନୁମତି ପାଇକରାୟ, କାହ୍ନୁ, ବୈକୁଣ୍ଠନାଥ ବିହାରୀ ରହିଥିବା ବେଳେ ଅନ୍ୟମାନଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ଶିଳ୍ପାଞ୍ଚଳ ଫାଣ୍ଡି ଓ ହାଇୱେ ପାଟ୍ରୋଲିଂ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରିଛି। ତେବେ ବସ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ଭୁବନେଶ୍ବରରୁ ଭଞ୍ଜନଗର ଅଭିମୁଖେ ଓମ୍‌ ଶାନ୍ତି ଟ୍ରାଭେଲ୍ସ ନାମକ ଏକ ଘରୋଇ ବସ୍‌ ସକାଳ ପ୍ରାୟ ସାଢେ ୬ଟା ସମୟରେ ବରମୁଣ୍ଡା ବସଷ୍ଟାଣ୍ଡରୁ ବାହାରିଥିଲା। ବସ୍‌ଟି ଦ୍ରୁତଗତିରେ ଯାଉଥିବା ବେଳେ ବରୁଣେଇ ଓଭରବ୍ରିଜ ନିକଟରେ ଡ୍ରାଇଭର ନିୟନ୍ତ୍ରଣ ହରାଇ ଆଗରେ ଯାଉଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇ ରାସ୍ତା ପାର୍ଶ୍ୱରେ ଥିବା ବାଲି ଗଦା ଉପରକୁ ମାଡ଼ିଯାଇଥିଲା। ବସ୍‌ର ସମ୍ମୁଖ ଭାଗ ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଛି। ବସ୍‌ ହେଲପର ବନେଟ ଉପରେ ବସିଥିବା ବେଳେ ଛିଟିକି ତଳେ ପଡି ଯାଇଥିଲେ। ଫଳରେ ବସ୍‌ ତାଙ୍କ ଉପରେ ଚଢି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ବସ୍‌ରେ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିବା ଜଣାପଡିଛି। ଡ୍ରାଇଭରଙ୍କ ବେପାରୁଆ ଗାଡି ଚଳାଇବା ଓ ଦ୍ରୁତ ଗତି ଯୋଗୁ ଏହି ଦୃର୍ଘଟଣା ଘଟିଥିବା କିଛି ଯାତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri