ଛିଡ଼ାହୋଇଥିବା ଟ୍ରକ୍‌ ପଛରେ ପିଟିହେଲା ବସ୍‌: ୨ ଚାଳକ ଗୁରୁତର

ଜମନକିରା,୧ା୭:(ରବୀନ୍ଦ୍ର ପ୍ରସାଦ ଦାନୀ): ଜମନକିରା ଥାନା ଜାତୀୟ ରାଜପଥ ୫୩ନଂ. ବାଇପାସ୍‌ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଛି। ବିଭାଗ ପକ୍ଷରୁ କରାଯାଇଥିବା ନୂତନ ରାସ୍ତାର ଭିତ୍ତିପ୍ରସ୍ତର ଠିକ୍‌ ନଥିବା ଯୋଗୁ ଏଭଳି ଅସୁବିଧା ହେଉଥିବା ନେଇ ବିଶେଷଜ୍ଞମାନେ ପ୍ରକାଶ କରୁଛନ୍ତି। ଏଭଳି ଦୁଇଟି ଘଟଣା ୨ଦିନ ଅନ୍ତରରେ ଘଟିଯାଇଛି। ଗତ ୨୯ ତାରିଖରେ ସିରିଜ ଟ୍ରକ୍‌ ଦୁର୍ଘଟଣାରେ ଜଣେ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ କେନ୍ଦୁଝରରୁ ବଲାଙ୍ଗୀରକୁ ଯାଉଥିବା ଓଏସ୍‌ଆର୍‌ଟିସି ବସ୍‌ (ଓଡି ୦୯ ୟୁ ୬୫୨୪) ଜମନକିରା ରାଜରାସ୍ତା ବାଇପାସ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ (ଓଡି ୦୯ କ୍ୟୁ ୪୧୯୮)କୁ ପଛରେ ବାଡ଼େଇ ହୋଇଥିଲା। ଫଳରେ ଦୁଇଜଣ ଚାଳକ ବିମ୍ବାଧର ମହନ୍ତ (୪୨), ଅନ୍ୟ ଚାଳକ ତ୍ରିଲୋଚନ ମହାନ୍ତ (୪୫) ଗୁରୁତର ଆହତ ହୋଇଛନ୍ତି। ଅନ୍ୟ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ଉଭୟ ଚାଳକଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ କୁଚିଣ୍ଡା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ତେବେ ବସରେ ଥିବା ପ୍ରାୟ ୧୩/୧୪ଜଣ ଯାତ୍ରୀ ସୁରକ୍ଷିତ ଥିବା ନେଇ ପୋଲିସ ଅଧିକାରୀ ସୁଧାଂଶୁ ଶେଖର ପାତ୍ର ପ୍ରକାଶ କରିଛନ୍ତି। ଏ ନେଇ ଜମନକିରା ଥାନାରେ ଏକ ଦୁର୍ଘଟଣା ମାମଲା ରୁଜୁ କରାଯାଇଛି। ତେବେ ଏହି ନୂତନ ରାସ୍ତାରେ ବାରମ୍ବାର ଦୁର୍ଘଟଣାକୁ ରୋକିବା ଲାଗି ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ ଦୃଷ୍ଟି ଦେବାପାଇଁ ସାଧାରଣରେ ଦାବି ହେଉଛି।
ଏ ସଂକ୍ରାନ୍ତରେ ଏନ୍‌ଏଚ୍‌ଏଆଇ ପିଡି କେ.ଏନ. ରାଓଙ୍କୁ ଯୋଗାଯୋଗ କରି ପଚାରିବାରୁ ସେ ଏଥିପ୍ରତି ଦୃଷ୍ଟି ଦେବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri