ବସ୍‌ ତେଲ ଟ୍ୟାଙ୍କର ଧକ୍କା, ୨୦ ଜୀବନ୍ତ ଦଗ୍ଧ…

ଇସଲାମାବାଦ, ୧୬।୮ : ପାକିସ୍ତାନର ପଞ୍ଜାବ ପ୍ରଦେଶରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଲାହୋରଠାରୁ ପ୍ରାୟ ୩୫୦ କିଲୋମିଟର ଦୂରରେ ଥିବା ମୁଲତାନରେ ଏକ ଯାତ୍ରୀବାହୀ ବସ ଏବଂ ଏକ ତେଲ ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ହେବା ପରେ ବସରେ ନିଆଁ ଲାଗି ଯାଇଥିଲା। ଏହାକୁ ଆୟତ୍ତ କରିବା କଷ୍ଟକର ଥିଲା। ଫଳରେ ବସ୍‌ରେ ଥିବା ୨୦ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ।

ଗତ ତିନି ଦିନ ମଧ୍ୟରେ ପଞ୍ଜାବ ପ୍ରଦେଶରେ ଏହା ହେଉଛି ଦ୍ୱିତୀୟ ବଡ଼ ଦୁର୍ଘଟଣା। ଖବର ଅନୁଯାୟୀ, ଦୁର୍ଘଟଣାର ସୂଚନା ପାଇବା ପରେ ଜରୁରୀକାଳୀନ ସେବା ରେସକ୍ୟୁ ୧୧୨୨ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ରେସକ୍ୟୁ ୧୧୨୨ମୁଖପାତ୍ର ସୂଚନା ଦେଇଛନ୍ତି ଯେ ବସ ଲାହୋରରୁ କରାଚି ଯାଉଥିଲା। ସେ କହିଛନ୍ତି ଯେ ଦୁର୍ଘଟଣାରେ ଆହତ ହୋଇଇଥିବା ଅନ୍ୟ ଲୋକଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଛି। ଏଥିସହିତ ଗୁରୁତର ଆହତ ୬ଜଣ ଯାତ୍ରୀଙ୍କୁ ମୁଲତାନର ନିସ୍ତାର ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ତାଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି।

ଖବର ଅନୁଯାୟୀ ମୃତ ବ୍ୟକ୍ତିଙ୍କ ମୃତଦେହ ଏତେ ଜଳିଯାଇଛି ଯେଉଁଥିପାଇଁ ପୋଲିସ ସେମାନଙ୍କୁ ଚିହ୍ନିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛି। ବର୍ତ୍ତମାନ ପୋଲିସ ଡିଏନଏ ପରୀକ୍ଷା କରିବା ପରେ ମୃତଦେହକୁ ସେମାନଙ୍କ ପରିବାରକୁ ହସ୍ତାନ୍ତର କରିବା କଥା କହୁଛି।

ପଞ୍ଜାବ ପ୍ରଦେଶର ମୁଖ୍ୟମନ୍ତ୍ରୀ ପରଭେଜ ଇଲାହି ଏହି ଦୁର୍ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବାକୁ ସେ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ପୋଲିସ ବିଭାଗକୁ ମୃତକଙ୍କ ପରିଚୟ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଶନିବାର ମଧ୍ୟ ପଞ୍ଜାବ ପ୍ରଦେଶରେ ଏକ ଭୟଙ୍କର ଦୁର୍ଘଟଣା ଘଟିଥିଲା। ଶନିବାର ଟ୍ରକ-ବସ ଧକ୍କାରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri