ଟ୍ରକ୍‌କୁ ପଛପଟୁ ପିଟିଲା ବସ୍‌: ଜଣେ ମୃତ, ୫ ଆହତ

ନୟାଗଡ଼ ଅଫିସ,୨୯।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଇଟାମାଟି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ରାସ୍ତାକଡରେ ଥିବା ଟ୍ରକ୍‌କୁ ପଛପଟୁ ପିଟିଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଜୁନାଗଡ ଅଞ୍ଚଳର ଅମର ଚାନ୍ଦ ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ, ଜୁନାଗଡ଼ରୁ ଭୁବନେଶ୍ବର ଆସୁଥିବା ମାଣିକେଶ୍ୱରୀ ବସ୍‌ ମଙ୍ଗଳବାର ଭୋରରୁ ରାସ୍ତାକଡରେ ରହିଥିବା ଏକ ମାର୍ବଲ ବୋଝେଇ ଟ୍ରକ୍‌ର ପଛପଟକୁ ପିଟିଥିଲା । ଦୁର୍ଘଟଣାର କାରଣ ଜଣାପଡି ନ ଥିଲେ ମଧ୍ୟ ବସ୍‌ର ଚିତ୍ର ଦେଖିଲେ ବସ୍‌ ଦୃତଗତିରେ ଥିବା ସ୍ପଷ୍ଟ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଇଟାମାଟି ପୋଲିସ, ସ୍ଥାନୀୟ ଫାୟାର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତାହତ ଓ ଆହତଙ୍କୁ ଉଦ୍ଧାର କରି ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଜଣେ ଆହତ ଭବାନିପାଟଣା ଅଞ୍ଚଳର ମୁସ୍ତାକ ସଲିମ ନୟାଗଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୪ଜଣଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବର ପଠାଯାଇଛି । ଭୁବନେଶ୍ବର ସ୍ଥାନାନ୍ତର ହୋଇଥିବା ଆହତମାନଙ୍କ ମଧ୍ୟରେ ଜଣେ କଟକ, ଜଣେ ଯାଜପୁରର ହୋଇଥିବାବେଳେ ଅନ୍ୟ ଦୁଇଜଣ ଜୁନାଗଡ ଅଞ୍ଚଳର ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri