ତାରା ତାରିଣୀ ପାହାଡ଼ରେ ବସ- ହାଇୱା ମୁହାଁମୁହିଁ  , ୭ ଜଣ ଭକ୍ତଙ୍କ ସମେତ ଡ୍ରାଇଭର ଆହତ 

ପୁରୁଷୋତ୍ତମପୁର, ୧୦/୪(ଡିଏନ୍ଏ): ଗଞ୍ଜାମ ଜିଲ୍ଲା ର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣୀଙ୍କ ପାହାଡ ରାସ୍ତାରେ ଅଘଟଣ ଘଟିଛି। ପର୍ଯ୍ୟଟକଙ୍କ ଲାଗି ପ୍ରଶାସନ ପକ୍ଷରୁ ନିୟୋଜିତ ବସ ସହ ଏକ ବାଲି ବୋଝେଇ ହାଇୱା ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ହାଇୱା ଟ୍ରକ ଡ୍ରାଇଭର ବୁଗୁଡା ସୋଲାଙ୍ଗି ଗ୍ରାମର ବଳରାମ ସାହୁଙ୍କ ସମେତ ୭ଜଣ ଭକ୍ତ ଆହତ ହୋଇଛନ୍ତି। ସେମାନେ ହେଲେ ବସରେ ବସିଥିବା ଭକ୍ତ ପୋଲସରା କଳମ୍ବର ଦମୟନ୍ତି ପ୍ରଧାନ, ଭାରତୀ ସାହୁ, ଜୟନ୍ତୀ ସାହୁ, ଲିଲି ପ୍ରଧାନ, ତୁଳସୀ ସାହୁ, ସୁଦର୍ଶନ ପ୍ରଧାନ, ଶିବ ପ୍ରଧାନ। ଏମାନଙ୍କ ମଧ୍ୟରୁ ବଳରାମ ଓ ସୁଦର୍ଶନଙ୍କ ଅବସ୍ଥା ଗୁରୁତର ରହିଛି।
ଏହାର ଖବର ପାଇ ପୁରୁଷୋତ୍ତମ ପୁର ତହସିଲଦାର ନିତିଶ କୁମାର ତ୍ରିପାଠୀ ,ଅତିରିକ୍ତ ତହସିଲଦାର ସୁନିଲ୍ କୁମାର ଟୁଡୁ , ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ, ଦମକଳ ବାହିନୀ ଅଧିକାରୀ ଉମାଚରଣ ଭଟ୍ଟମିଶ୍ର ଓ ଦମକଳ ବାହିନୀକର୍ମଚାରୀ ମାନେ  ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଗାଡି ମଧ୍ୟରୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ପୁରୁଷୋତ୍ତମ ପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ପଠାଇ ଥିଲେ। ସୂଚନା ଯୋଗ୍ୟ, ମନ୍ଦିରର ଉନ୍ନୟନ ମୂଳକ କାର୍ଯ୍ୟ ଚାଲିଥିବା ହେତୁ ସେଥି ନିମନ୍ତେ ବାଲି ବୋଝେଇ କରି ହାଇୱା ଟ୍ରକ ନଂ ଓଡି ୦୭ଏବି ୫୬୩୩ ପାହାଡ଼ ଉପରକୁ ଯାଉଥିବା ବେଳେ ଭକ୍ତଙ୍କୁ ଧରି ପାହାଡ ଉପରୁ ତଳକୁ ଫେରୁଥିବା ବସ ଓଡି ୦୭ ଡବ୍ଲୁ ୯୫୧୪ ପାହାଡର ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ମୁହାଁମୁହିଁ ଧକ୍କା ହୋଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri