ବିଜାଘାଟିରେ ଓଲଟିଲା ବସ୍‌, ଜୀବନ ବିକଳରେ କିଏ ଝରକା ପଟେ ତ କିଏ ଉପର ପଟେ…

ମାଲକାନଗିରି,୨ା୬(ଦୁର୍ଯ୍ୟୋଧନ ପାତ୍ର): ଜୟପୁର ମାଲକାନଗିରି ୩୨୬ ନଂ ଜାତୀୟ ରାଜପଥ ବିଜାଘାଟିରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ଛି ଯାତ୍ରୀବାହୀ ବସ୍‌। ବସ୍‌ଟି ହାଇଦ୍ରାବାଦରୁ ଭବାନୀପାଟଣା ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୧୬ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ପ୍ରାୟ ୩୦ରୁ ଊଦ୍ଧର୍‌ବ ଯାତ୍ରୀ ଗାଡ଼ିରେ ଫସିରହିଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କୁ ଉଦ୍ଧାର କରି ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସ୍‌ରେ ୫୦ ଜଣ ଯାତ୍ରୀ ଓ କର୍ମଚାରୀ ଯାତ୍ରା କରୁଥିଲେ। ଦୁର୍ଘଟଣା ଦେଖି ସ୍ଥାନୀୟ ଲୋକେ ପହଞ୍ଚି ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ମାଲକାନଗିରି ଥାନାଅଧିକାରୀ ରିଗାନ କିଣ୍ଡୋଙ୍କ ନେତୃତ୍ୱରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଫସି ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରି ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। କିଛି ଯାନ୍ତ୍ରିକ ତ୍ରୁଟି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୋଲିସ ଉପସ୍ଥିତ ରହି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri