ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ ପ୍ରାୟ ୩୦ ଜଣ ଯାତ୍ରୀ ଥିଲେ ଓ ଦୁର୍ଘଟଣାରେ ପ୍ରାୟ ୧୪ ଜଣ ଆହତ ହୋଇଛନ୍ତି। ଖବର ପାଇ ଗୁରୁଣ୍ଡିଆ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିବା ପରେ ସମସ୍ତଙ୍କୁ ଗୁରୁଣ୍ଡିଆ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଦୁଇ ଯାତ୍ରୀଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଥିବାବେଳେ ଅନ୍ୟମାନେ ଏବେ ଗୁରୁଣ୍ଡିଆରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଅନ୍ୟ ୧୨ ଜଣ ଆହତ ଯାତ୍ରୀଙ୍କ ଅବସ୍ଥା ସ୍ଥିର ଥିବା ପୋଲିସ କହିଛି।