ବସ୍‌ଷ୍ଟାଣ୍ଡ୍‌ରୁ ଦାଦାବଟି ନେଉଥିଲେ ବସ୍‌ ମାଲିକ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ରେ ଦାଦାବଟି ଆଦାୟ କରୁଥିଲେ ଖୋଦ୍‌ ବସ୍‌ ମାଲିକ। ଏହା କମିଶନରେଟ ପୋଲିସର ନଜରକୁ ଆସିବା ପରେ ଆଣ୍ଟି-ଏକଷ୍ଟର୍ନଶନ ଟାସ୍କ ଫୋର୍ସ ଉକ୍ତ ବସ୍‌ ମାଲିକ ଭରତ ପ୍ରଧାନଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଅନ୍ୟ ୩ଜଣ ହେଲେ ଦୀପକ ବେହେରା, ଅଶୋକ କୁମାର ସ୍ବାଇଁ ଓ ସୌମ୍ୟରଞ୍ଜନ ପ୍ରଧାନ। ଖଣ୍ଡଗିରି ପୋଲିସ କେସ୍‌ ନଂ-୪୪୯/୨୦ ରୁଜୁ କରି ସେମାନଙ୍କୁ କୋର୍ଟ ଚାଲାଣ କରିଛି। ଏଥିସହ ସେମାନେ ବ୍ୟବହାର କରୁଥିବା ଏକ ବୋଲେରୋକୁ ମଧ୍ୟ ଜବତ କରାଯାଇଛି। ପୋଲିସ ସୂଚନାନୁସାରେ, ଭରତ ଓ ଅନ୍ୟ ଅଭିଯୁକ୍ତଙ୍କ ନାଁରେ ରହିଛି ୧୦ରୁ ଊର୍ଦ୍ଧ୍ୱ ବସ୍‌। ସେମାନେ ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ରେ ନିୟମିତ ଦାଦାବଟି ନେବା ସହ ଅରାଜଗତା ସୃଷ୍ଟି କରୁଥିଲେ। ଆସୋସିଏଶନ ବ୍ୟତୀତ ଅନ୍ୟ କୌଣସି ବସ୍‌ ଷ୍ଟାଣ୍ଡ୍‌ରୁ ବାହାରିଲେ ୨ହଜାର ଟଙ୍କା ଓ ଶିଟ୍‌ ପିଛା କମିଶନ ମାଗୁଥିଲେ। ଏପରି କି ବସ୍‌ଯାତ୍ରୀଙ୍କୁ ନାନା ଭାବେ ହଇରାଣ କରୁଥିବା ନେଇ କମିଶନରେଟ ପୋଲିସ ନିକଟରେ ଅଭିଯୋଗ ପହଞ୍ଚତ୍ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?